ପୁରୀ: ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବିଜେଡିର ପୁରୀ ହରତାଳ ଡାକରା। ଆସନ୍ତା ୭ରେ ସକାଳ ୬ରୁ ଦିନ ୧୨ ଯାଏଁ ପୁରୀରେ ହରତାଳ ଆହ୍ବାନ। ଦୋକାନ ବଜାର ସହ ଗାଡ଼ିମୋଟର ବନ୍ଦ ପାଇଁ ଡାକରା ଦେଇଛି ବିଜେଡି। ପୀଡ଼ିତାଙ୍କ ମୃତ୍ୟୁ ଏବେ ରହସ୍ୟ ଘେରରେ ଥିବା ନେଇ ଅଭିଯୋଗ। ରାଜ୍ୟ ସରକାର ଜାଣିଶୁଣି ଅଭିଯୁକ୍ତଙ୍କୁ ଚିହ୍ନଟ କରୁ ନଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ବାପାଙ୍କ ଉପରେ କି ଚାପ ପଡ଼ିଲା ମତ ବଦଳାଇଲେ ଦେଲେ ବୋଲି ପ୍ରଶ୍ନ କଲା ବିଜେଡି।
ସୂଚନା ଅନୁସାରେ ବଳଙ୍ଗା ନାବାଳିକା ମୃତ୍ୟୁ ଘଟଣାରେ ଆଜି ବିଜେଡ଼ି ସାମ୍ବାଦିକ ସମ୍ମିଳନୀ କରିଛି। ପୁରୀ ଜିଲ୍ଲା ସଭାପତି ଉମାକାନ୍ତ ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ପୀଡ଼ିତାଙ୍କୁ ନ୍ୟାୟ ପାଇଁ ଆସନ୍ତା ୭ ତାରିଖରେ ସକାଳ ୬ଟା ଠାରୁ ଦିନ ୧୨ଟା ଯାଏ ପୁରୀ ଜିଲ୍ଲାରେ ବିଜେଡି ପକ୍ଷରୁ ହରତାଳ ହେବ। ଦିଲ୍ଲୀ ଏମ୍ସରେ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଭର୍ତ୍ତି କରାଯାଇଥିବା ବେଳେ ପୀଡ଼ିତାଙ୍କ ମୃତ୍ୟୁ ଏବେ ସମ୍ପୂର୍ଣ୍ଣ ରହସ୍ୟ ଘେରରେ।
ପୋଲିସର ତଦନ୍ତ ଉପରେ ବିଜେଡ଼ିର ପ୍ରଶ୍ନବାଚୀ। ଘଟଣାର ସତ୍ୟାସତ୍ୟ ଯଥାଶୀଘ୍ର ସରକାର ଉନ୍ମୋଚନ କରନ୍ତୁ। ରାଜ୍ୟ ସରକାର ଜାଣିଶୁଣି ଦୋଷୀକୁ ଚିହ୍ନଟ କରୁନଥିବା ବିଜେଡ଼ି ଅଭିଯୋଗ କରିଛି। ପୀଡ଼ିତାଙ୍କ ପରିବାର ଉପରେ କଣ ଚାପ ପଡିଲା ଯାହାଫଳରେ ତାଙ୍କ ବାପା ନିଜର ମତ ପରିବର୍ତ୍ତନ କରାଇଲେ। ତୁରନ୍ତ ଏହାର ସତ୍ୟତା ସାମ୍ନାକୁ ନଆସିଲେ ବିଜେଡ଼ି ଆନ୍ଦୋଳନ ଜାରି ରଖିବା ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ପୁରୀ ଜିଲ୍ଲା ବିଜେଡ଼ି ସଭାପତି।
Comments are closed.