Latest Odisha News

ବଲାଙ୍ଗୀରରେ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ବଲାଙ୍ଗୀର:  ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ । ବଲାଙ୍ଗୀରର ଅଧିଷ୍ଠାତ୍ରୀ ଦେବୀ ମାଁ ପାଟଣେଶ୍ୱରୀ ଓ ସମଲେଶ୍ୱରୀଙ୍କ ପରମ୍ପରା ଅନୁଯାୟୀ ଲଗ୍ନ ସମୟ ଧାର୍ଯ୍ୟ ହୋଇଛି । ରାଶି ନକ୍ଷତ୍ର ଏବଂ ପୂର୍ବ ପରମ୍ପରା ଅନୁଯାୟୀ ଆସନ୍ତା ସେପ୍ଟେମ୍ବର ମାସ ୨୦ ତାରିଖରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ଲଗ୍ନ ମିଥୁନ ନବାଂଶରେ  ୧୦ଟା ୨୮ରୁ ୧୦ଟା ୪୧ ମଧ୍ୟରେ ନବାନ୍ନ ବିଧି ହେବ ।

ବଲାଙ୍ଗୀର ଜିଲ୍ଲାର ଜ୍ୟୋତିଷ ପଣ୍ଡିତ ମହାସଭାର ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟିର ସିଦ୍ଧାନ୍ତ କ୍ରମେ ଏହି ଲଗ୍ନ ଧାର୍ଯ୍ୟ ହୋଇଛି । ଏହି ସମୟରେ ବଲାଙ୍ଗୀରବାସୀ ନୂଆ ଖାଇବେ । ତେବେ ପରମ୍ପରା ଅନୁସାରେ ଏହି ଦିନ ଇଷ୍ଠଦେବଙ୍କ ପାଖରେ ଏକ ସ୍ୱତନ୍ତ୍ର ପ୍ରକାରର ଧାନ ଲାଗି କରାଯାଇଥାଏ । ପରେ ଏହାକୁ ପ୍ରସାଦ ଭାବେ ସେବନ କରାଯାଇଥାଏ । ତେବେ ପାଟଣେଶ୍ୱରୀ ଏବଂ ମହାରାଜାଙ୍କ ରାଶି ନକ୍ଷତ୍ରକୁ ନେଇ ଲଗ୍ନ ବାହାରିଥାଏ ।

Leave A Reply

Your email address will not be published.