Latest Odisha News

BREAKING NEWS

ବାଲେଶ୍ୱର ସଦର ଉପ ନିର୍ବାଚନ; କଂଗ୍ରେସ ଓ ବିଜେଡି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ବାଲେଶ୍ୱର: ବାଲେଶ୍ୱର ସଦର ଉପ ନିର୍ବାଚନ ଲାଗି କଂଗ୍ରେସ ଓ ବିଜେଡି ପ୍ରାର୍ଥୀ ଗୁରୁବାର ଦିନ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ଆଜି ବିଜେଡି ପ୍ରାର୍ଥୀ ସ୍ୱରୂପ କୁମାର ଦାସ ସହରର ରିଟର୍ନିଂ ଅଫିସରଙ୍କ ନିକଟରେ ରବିନ୍ଦ୍ର ଜେନା, ପ୍ରତାପ ଜେନା, ସମୀର ରଞ୍ଜନ ଦାଶ, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଓ ଦେବୀ ପ୍ରସାଦଙ୍କ ଉପସ୍ଥିତିରେ ନାମାଙ୍କନ ପତ୍ର ଦାଖଲ କରିଥିଲେ ।

ସେହିପରି କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁ ମଧ୍ୟ ବରିଷ୍ଠ ନେତା ନବଜ୍ୟୋତି ପଟ୍ଟନାୟକ ଓ ସୁଦର୍ଶନ ଦାସଙ୍କ ଉପସ୍ଥିତିରେ ନାମାଙ୍କନ ପତ୍ର ଦାଖଲ କରିଥିବା ନେଇ ଜଣାପଡିଛି ।

ତେବେ ଗତ ବୁଧବାର ଦିନ ବିଜେପି ପ୍ରାର୍ଥୀ ମାନସ କୁମାର ଦତ୍ତ ନିଜ ନାମାଙ୍କନ ପତ୍ର ଦାଖଲ କରିଥିଲେ ।

Leave A Reply

Your email address will not be published.