କଟକ: ବଢ଼ିଲା ବାଲିଯାତ୍ରା ପ୍ଲଟ ଆବଣ୍ଟନ ପଞ୍ଜୀକରଣ ଅବଧି । ଐତିହାସିକ ବାଲିଯାତ୍ରା କଟକ ୨୦୨୫ରେ ଷ୍ଟଲ ଖୋଲିବା ପାଇଁ ପ୍ଲଟ ପଞ୍ଜୀକରଣ ତାରିଖ ଆସନ୍ତା ୧୨ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛି ଜିଲ୍ଲା ପ୍ରଶାସନ । ଅନଲାଇନ ମାଧ୍ୟମରେ ପଞ୍ଜୀକରଣ ପାଇଁ ଇଚ୍ଛୁକ ଅନୁଷ୍ଠାନ ତଥା ବ୍ୟବସାୟୀ www.baliyatra.net ୱେବ୍ସାଇଟରେ ପଞ୍ଜୀକରଣ କରିପାରିବେ ।
କର୍ଫ୍ୟୁ ପରିସ୍ଥିତି ଏବଂ ଇଣ୍ଟରନେଟ ବନ୍ଦ ରହିଥିବା ଅନେକ ବ୍ୟବସାୟୀ ପଞ୍ଜୀକରଣରୁ ବଞ୍ଚିତ ହୋଇଥିଲେ । ଏହି କାରଣରୁ ସମୟ ବୃଦ୍ଧି କରାଯାଇଛି । ଯଥାଶୀଘ୍ର ପଞ୍ଜୀକରଣ କରାଇନେବକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି ।
ଉଭୟ ଅନଲାଇନ ଓ ଅଫଲାଇନ ଜରିଆରେ ପଞ୍ଜୀକରଣ ଜାରି ରହିଛି । ବାରବାଟୀ ପ୍ୟାଲେସ ଠାରେ ଦୈନିକ ସକାଳ ୧୦ଟାରୁ ସଂଧ୍ୟା ୫ଘଟା ୩୦ ଯାଏଁ ଫର୍ମ ଦାଖଲ ଓ ପଞ୍ଜିକରଣ କାର୍ଯ୍ୟ ଚାଲୁ ରହିବ ।
ସେହିପରି ବାଲିଯାତ୍ରା ପଡ଼ିଆର ୫ କିଲୋମିଟର ଅବଧିକୁ “ଡ୍ରୋନ୍ ମୁକ୍ତ ଅଞ୍ଚଳ” ଘୋଷଣା କରିଛି ଜିଲ୍ଲା ପ୍ରଶାସନ । ନଭେମ୍ବର ୧ ତାରିଖ ଠାରୁ ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି ଅଂଚଳ ଡ୍ରୋନ୍ ମୁକ୍ତ ରହିବ । ବାଲିଯାତ୍ରାକୁ ପ୍ରାୟ ୫୦ ଲକ୍ଷ ଲୋକ ଆସିବାକୁ ଥିବାରୁ ସୁରକ୍ଷା ପାଇଁ ପଦକ୍ଷେପ ନିଆଯାଇଛି। ଆସନ୍ତା ନଭେମ୍ବର ୫ ତାରିଖ ଠାରୁ ୧୨ ତାରିଖ ପର୍ଯ୍ୟନ୍ତ ଏହି ହେବାକୁ ଯାଉଛି ବାଲିଯାତ୍ରା ।
Comments are closed.