Latest Odisha News

BREAKING NEWS

ଆଜି ଶ୍ରୀମନ୍ଦିରରେ ମହାପ୍ରଭୂଙ୍କର ବଳିବାମନ ବେଶ: ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ ହେବେ ବଡ ଠାକୁର

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଳିବାମନ ବେଶ ଅନୁଷ୍ଠିତ ହେବ ।  ଗତକାଲି ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହୋଇଛି । ଏଥିପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି କରାଯିବ  । ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ବିରାଜମାନ କରିବେ ।  ଏବଂ ଶ୍ରୀବଳଭଦ୍ର ରାଜବେଶ ଧାରଣ କରିବାକୁ ଥିବା ବେଳେ ଦେବୀ ସୁଭଦ୍ରା ସାଧାରଣ ବେଶରେ ସଜ୍ଜିତ ହେବେ ।

ଆଜି ଦ୍ବିପହର ଧୂପ ସରିବା ପରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର  ବାମନ ବେଶ ଅନୁଷ୍ଠିତ ହେବ  । ମହାପ୍ରଭୁଙ୍କୁ ସ୍ବର୍ଣ୍ଣ ଅଳଙ୍କାରରେ ସଜ୍ଜିତ କରାଯିବ  । ଏହି ବେଶ ବଡ଼ସିଂହାର ପୂଜା ପର୍ଯ୍ୟନ୍ତ ରହିବ । ମହାପ୍ରଭୁ ବିଷ୍ଣୁ ପଞ୍ଚମ ଅବତାରରେ ବାମନ ରୂପ ନେଇ ବଳି ମହାରାଜଙ୍କୁ ପାତାଳରେ ଚାପି ଦେଇଥିଲେ । ସେହି ସ୍ମୃତିକୁ ବହନ କରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହୋଇଆସୁଛି ।

Leave A Reply

Your email address will not be published.