Latest Odisha News

BREAKING NEWS

ଅନ୍ତର୍ଜାତୀୟ ବିମାନ ଚଳାଚଳ ଫେବ୍ରୁଆରି ୨୮ ପର୍ଯ୍ୟନ୍ତ ବନ୍ଦ  : ଡିଜିସିଏ

ନୂଆଦିଲ୍ଲୀ : ଭାରତ ସରକାର ଅନ୍ତର୍ଜାତୀୟ ବ୍ୟବସାୟିକ ବିମାନ ଚଳାଚଳକୁ ଆସନ୍ତା ଫେବ୍ରୁଆରି ୨୮ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଆଜି ବେସାମରିକ ବିମାନଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ପକ୍ଷରୁ ଜାରି ସର୍କୁଲାର ଜାରି ହୋଇଛି । ତେବେ କେତେକ ସ୍ବତନ୍ତ୍ର କ୍ଷେତ୍ରରେ ଅନ୍ତର୍ଜାତୀୟ ବିମାନ ଚଳାଚଳକୁ ଅନୁମତି ଦିଆଯାଇପାରେ ।

ଦେଶରେ କରୋନା ସଂକ୍ରମଣ ବ୍ୟାପିବା ପରେ ଗତବର୍ଷ ମାର୍ଚ୍ଚ ୨୩ରୁ ଭାରତରୁ ଅନ୍ତର୍ଜାତୀୟ ସିଡ୍ୟୁଲଡ୍ ବିମାନ ଚଳାଚଳ ବନ୍ଦ ରହିଛି ।  ତେବେ ଗତବର୍ଷ ମେ ମାସଠାରୁ ବନ୍ଦେ ଭାରତ ମିଶନ ଅଧିନରେ କେତେକ ବିମାନ ଚଳାଚଳ ହେଉଛି ଓ ଜୁଲାଇ ମାସଠାରୁ ଏୟାର ବବଲ ମାଧ୍ୟମରେ କେତେକ ଦେଶ ସହ ସ୍ବତନ୍ତ୍ର ବିମାନ ଚଳାଚଳ ଜାରି ରହିଛି । ସେସବୁ ଦେଶମାନଙ୍କ ମଧ୍ୟରେ ଅଛନ୍ତି ବାଂଲାଦେଶ, ଆଫଗାନିସ୍ତାନ, ଆମେରିକା, ଫ୍ରାନ୍ସ, ଜର୍ମାନି, ଇରାକ, ମାଳଦ୍ବୀପ, ନେପାଳ, ଭୁଟାନ, ଜାପାନ, ୟୁଏଇ, କାତାର,ନେଦରଲାଣ୍ଡସ ।

 

Leave A Reply

Your email address will not be published.