Latest Odisha News

BREAKING NEWS

ଶ୍ରୀଜୀଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ: ବୁଧବାର(ମାର୍ଚ୍ଚ ୨୨) ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀମୁଖ ସୁଙ୍ଗାର ହେବ। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଏହି ନୀତିରେ ଦ୍ଵିତୀୟ ଭୋଗ ମଣ୍ଡପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ଠାକୁରଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନ ସାମଗ୍ରୀ ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦିରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ଝଟକିବ ମହାପ୍ରଭୁ ଶ୍ରୀମୁଖ। ବନକଲାଗି ନୀତି ସରିବା ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବ। ଏହାପରେ ଯାଇ ସର୍ବସାଧାରଣଙ୍କ ପାଇଁ ଦର୍ଶନ ପାଇଁ ଅନୁମତି ମିଳିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.