Latest Odisha News

BREAKING NEWS

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଯୋଗୁଁ ୪ ଘଣ୍ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ମାଘ କୃଷ୍ଣ ପକ୍ଷ ପଞ୍ଚମୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖସିଂହାର ଅନୁଷ୍ଠିତ ହେବ। ଏଥିପାଇଁ ଆଜି ଅପରାହ୍ନ .୪ ଟାରୁ ସନ୍ଧ୍ୟା ୮ ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ଦର୍ଶନ ବନ୍ଦ ରହିବ ।

ବନକ ଲାଗି ନୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ବାରା କରାଯାଇଥାଏ। ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଏ ।

ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ (ପ୍ରାୟ ଚାରି ଘଣ୍ଟା ସମୟ) ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।

ଏହି ରଙ୍ଗବିନ୍ୟାସ ବା ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇ ଥାଏ।

ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।

Leave A Reply

Your email address will not be published.