Latest Odisha News

ମହାପ୍ରଭୁଙ୍କ ବନକଲାଗି ନୀତି: ୩ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ ଉପରେ କଟକଣା ରହିବ। ୩ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ। ଶ୍ରାବଣ ମାସ କୃଷ୍ଣ ପକ୍ଷ ତୃତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ।

ଦତ୍ତ ମହାପାତ୍ର ସେବକ ମାନଙ୍କ ଦ୍ୱାରା ଏହି ଗୁପ୍ତ ନୀତି ସମ୍ପାଦନ କରାଯିବ। ପ୍ରାକୃତିକ ରଙ୍ଗରେ ଶ୍ରୀଜୀଉ ମାନଙ୍କର ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ୩ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ରହିଛି।

ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ, ଶ୍ରଦ୍ଧାଳୁ। ସଂଧ୍ଯା ସମୟରେ ବନକଲାଗି ନୀତି ନେଇ ଦର୍ଶନ ବନ୍ଦ ରହୁଥିବାରୁ ଦିନବେଳା ଭକ୍ତଙ୍କ ପ୍ରବଳ ସମାଗମ ସମ୍ଭାବନା ରହିଛି।

Comments are closed.