ପୁରୀ: ଆଜି ଅପରାହ୍ନରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କପ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଦାରୁଦିଅଁଙ୍କ ଏହି ସେବା ସମ୍ପାଦନ କରିବେ । ଦ୍ଵିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ ।
ଅପରାହ୍ନରେ ଦତ୍ତମହାପାତ୍ର ସେବକ ମହାପ୍ରଭୁଙ୍କର ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ନୀତି ପରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୋଭା ବର୍ଦ୍ଧନ ହୋଇଥାଏ । ବନକଲାଗି ପାଇଁ ପାରମ୍ପରିକ ଦ୍ରଵ୍ୟ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ ।
ବନକଲାଗି ନୀତି ପରେ ମହାସ୍ନାନ ନୀତି ହୋଇଥାଏ । ଏହି ବନକଲାଗି ନୀତି ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ମହାପ୍ରଭୁଙ୍କର ଦର୍ଶନ ବନ୍ଦ ରହିଥାଏ । ଏବେ କରୋନା ଯୋଗୁ ସର୍ବସାଧାରଣ ଦର୍ଶନ ବି ବନ୍ଦ ରହିଛି ।
Comments are closed.