Latest Odisha News

BREAKING NEWS

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୩ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ଆଜି ପବିତ୍ର ମାଘ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ସନ୍ଧ୍ୟାରେ ସମୟରେ ଭକ୍ତଙ୍କ ଲାଗି ୩ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ ।

ଖବର ଅନୁଯାୟୀ, ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦତ୍ତମହାପାତ୍ର ସେବକମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ । ଏଥିପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିବେ ।

ବନକ ଲାଗି ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ ।

Leave A Reply

Your email address will not be published.