Latest Odisha News

BREAKING NEWS

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ

ପୁରୀ: ଶ୍ରୀମନ୍ଦିରରେ ବୁଧବାର ଦିନ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହୋଇଯାଇଛି ।

ସୂଚନା ଅନୁଯାୟୀ ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକ ମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିଥିଲେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯାଇଥିଲା ।

ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିଥିଲା ।

ଏହା ଏକ ଗୁପ୍ତ ସେବା ନିତି ହୋଇଥିବା କାରଣରୁ ଆଜି ଅପରାହ୍ନ ୧ଟା ୫୫ମି.ରୁ ପ୍ରାୟ ୫ଟା ୩୦ମି.ରୁ ପର‌୍ୟ୍ୟନ୍ତ ଦର୍ଶନ ବନ୍ଦ ରହିଥିଲା ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜଣାପଡିଛି। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହୋଇଥିଲା

Leave A Reply

Your email address will not be published.