Latest Odisha News

BREAKING NEWS

ଆଜି ୪ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଆଜି ଫାଲଗୁନ ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ ରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ରହିଛି ।

ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ଦର୍ଶନ ବନ୍ଦ ରହିବ । ଏହି ସମୟରେ କେବଳ ପାର୍ଶ୍ୱ ଦେବାଦେବୀଙ୍କୁ ଦର୍ଶନ କରିପାରିବେ ଭକ୍ତ । ତେବେ ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।

ବନକଲାଗି ନୀତି ପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହ ମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।

Leave A Reply

Your email address will not be published.