Latest Odisha News

BREAKING NEWS

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଚୈତ୍ର ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି । ଏହି ତିଥିରେ ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି କରାଯିବ । ଏନେଇ ୪ ଘଣ୍ଟା ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି ।

ଏହା ମହାପ୍ରଭୁଙ୍କ ଏକ ଗୁପ୍ତନୀତି । ଏହି ସମୟ ମଧ୍ୟରେ ଭକ୍ତମାନଙ୍କୁ ମନ୍ଦିର ମଧ୍ୟକୁ ପ୍ରବେଶ ଅନୁମତି ମିଳିବ ନାହିଁ । ଏଥିରେ ପ୍ରଭୁଙ୍କ ମୁଖ ଶୃଙ୍ଗାର କରାଯାଏ । ରତ୍ନବେଦୀରେ ଚତୁର୍ଦ୍ଧାମୂରତୀଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବାୟତ ।

ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏସବୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି ।

ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ସହ ଅନ୍ୟ ନୀତିକାନ୍ତି ଆରମ୍ଭ ହେବ ।

Leave A Reply

Your email address will not be published.