Latest Odisha News

BREAKING NEWS

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ଚତୁର୍ଦ୍ଧା ମୂର୍ତ୍ତିଙ୍କର ହେବ ମହାସ୍ନାନ

ପୁରୀ: ଆଜି ମାଘ ଶୁକ୍ଳ ଦ୍ୱାଦଶୀ । ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ରତ୍ନବେଦୀରେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବାୟତମାନେ । ଏନେଇ ଶ୍ରୀମନ୍ଦିରରେ ୩ ଘଣ୍ଟା ଧରି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ।

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟ ମଧ୍ୟରେ ଭକ୍ତମାନଙ୍କୁ ମନ୍ଦିର ମଧ୍ୟକୁ ପ୍ରବେଶ ଅନୁମତି ମିଳିବ ନାହିଁ । ସନ୍ଧ୍ୟା ୬ ଟାରୁ ରାତ୍ର ୯ ଟା ଯାଏଁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏସବୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ସହ ଅନ୍ୟ ନୀତିକାନ୍ତି ଆରମ୍ଭ ହେବ ।

Leave A Reply

Your email address will not be published.