ପୁରୀ: ଆସନ୍ତାକାଲି ହେବ ଶ୍ରୀମନ୍ଦିରରେ ବନକଲାଗି ନୀତି । ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବେ ଦତ୍ତ ମହାପାତ୍ର ସେବାୟତ। ଏଥିଲାଗି ଶ୍ରୀମନ୍ଦିରରେ ସାଢ଼େ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ।
ଶ୍ରାବଣ କୃଷ୍ଣ ସପ୍ତମୀ ତିଥି ଥିବାରୁ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ସାଢ଼େ ୬ରୁ ରାତି ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହା ପରଠାରୁ ପୁଣି ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥା ସ୍ବାଭାବିକ କରାଯିବ।
ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରି ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବାର ପରମ୍ପରା ରହିଛି। ବନକଲାଗିରେ ମୁଖ୍ୟତଃ ଚାରି ପ୍ରକାର ପ୍ରାକୃତିକ ରଙ୍ଗ ବ୍ୟବହାର ହୋଇଥାଏ, ସେଗୁଡିକ ହେଲା କଳା, ଧଳା, ନାଲି ଓ ହଳଦିଆ । ଏଥିରୁ ଅଧିକାଂଶ ବନଜାତ ଦ୍ରବ୍ୟ । ହିଙ୍ଗୁଳକୁ ହଳଦିଆ ରଙ୍ଗ ଭାବେ ବ୍ୟବହାର କରାଯାଏ । ହରିତାଳ ଲାଲ ରଙ୍ଗ ପାଇଁ ଦରକାର ।
Comments are closed.