Latest Odisha News

BREAKING NEWS

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ

ଭୁବନେଶ୍ୱର: ଆସନ୍ତା ବୁଧବାର ଦିନ ତଥା ମାଘ କୃଷ୍ଣ ପକ୍ଷ ପଞ୍ଚମୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ଅନୁଷ୍ଠିତ ହେବ। ଯେଉଁଥିପାଇଁ କାଲି ଅପରାହ୍ନ ୪ଟାରୁ ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ।

ବନକ ଲାଗି ନୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ବାରା ଏହା କରାଯାଇଥାଏ। ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଏ।

ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ (ପ୍ରାୟ ଚାରି ଘଣ୍ଟା ସମୟ) ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ବନକଲାଗି କୁହାଯାଏ ।

ଏହି ରଙ୍ଗବିନ୍ୟାସ ବା ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ରହିଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ।

ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୋଇଥାଏ।

Leave A Reply

Your email address will not be published.