Latest Odisha News

ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । କୃଷ୍ଣ ସପ୍ତମୀ ତିଥି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବାର ରହିଛି ପରମ୍ପରା  ।

ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ସ୍ୱତନ୍ତ୍ର ନୀତି ବଢ଼ିବ । ଦତ୍ତମହାପାତ୍ରମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ଏଥିପାଇଁ ଅପରାହ୍ନ ୫ଟାରୁ ୮ଟା ପର୍ଯ୍ୟନ୍ତ ଠାକୁରଙ୍କ ଦର୍ଶନ ବନ୍ଦ ରହିବାର ସୂଚନା ରହିଛି ।

ଏହି ନୀତିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ଯୋଗଦାନ ରହିବ । ମହାସ୍ନାନ ପରେ ପୁଣି ଦର୍ଶନ ସ୍ୱାଭାବିକ ଚାଲିବ ।

ତେବେ ନୀତିକୁ ନେଇ ବନକଲାଗି ଓ ଦର୍ଶନ ସମୟ ଧାର୍ଯ୍ୟ ହୋଇଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି ।

Comments are closed, but trackbacks and pingbacks are open.