Latest Odisha News

BREAKING NEWS

ଗୁପ୍ତ ନୀତି ଲାଗି ୪ଘଣ୍ଟା ଯାଏଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ : ଶ୍ରୀଜଗନ୍ନାଥ ମନ୍ଦିରରେ ଗୁରୁବାର ହେବାକୁ ଥିବା ମହାପ୍ରଭୁଙ୍କ ଗୁପ୍ତନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଏହି ସମୟ ମଧ୍ୟରେ ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ ନାହିଁ ।

ମିଳିଥିବା ସୂଚନା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ପାଇଁ ଅପରାହ୍ନ ସାଢ଼େ ୪ଟାରୁ ରାତି ସାଢ଼େ ୮ଟା ପର‌୍ୟ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ।

ଏହି ସମୟ ମଧ୍ୟରେ ଭକ୍ତମାନଙ୍କୁ ମନ୍ଦିର ମଧ୍ୟକୁ ପ୍ରବେଶ ଅନୁମତି ମିଳିବ ନାହିଁ ଏବଂ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟ ମଧ୍ୟରେ ଭକ୍ତମାନଙ୍କୁ ମନ୍ଦିର ମଧ୍ୟକୁ ପ୍ରବେଶ ଅନୁମତି ମିଳିବ ନାହିଁ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ଆହୁରି ମଧ୍ୟ ଦ୍ୱିତୀୟ ଭୋଗମଣ୍ଡପ ପରେ ଦତ୍ତ ମହାପାତ୍ର ସେବକମାନେ ଏହି ନୀତି ସମ୍ପନ୍ନ କରିଥାନ୍ତି । ପ୍ରତି ସପ୍ତାହର ବୁଧବାର କିମ୍ବା ଗୁରୁବାର ଦିନ ଏହି ବନକ ଲାଗି ନୀତି ଅନୁଷ୍ଠିତ ହୋଇଥାଏ ।

ସୂଚନାଯୋଗ୍ୟ ଗତକାଲି ଏହି ବନକଲାଗି ନୀତି ଅନୁଷ୍ଠିତ ହେବା ନେଇ ସ୍ଥିର ହୋଇଥିବା ବେଳେ କୌଣସିକାରଣବଶତଃ ଏହାର ସମୟ ପରିବର୍ତ୍ତନ କରାଯାଇଥିଲା । ପରବର୍ତ୍ତୀ ସମୟରେ ଏହି ନୀତିକୁ ଗୁରୁବାର ଦିନକୁ ଘୁଞ୍ଚାଇ ଦିଆଯାଇଛି ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି ।

Comments are closed.