Latest Odisha News

BREAKING NEWS

ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର: ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନକ୍ରମେ ଆଜି ଏସଂକ୍ରାନ୍ତରେ ସରକାରୀ ବିଜ୍ଞପ୍ତି ପ୍ରକାଶିତ ହୋଇଛି।

ନବମ ଓ ଦଶମ ଶ୍ରେଣୀରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କର ଏହି କାଳଜୟୀ କୃତୀ ପଢିବାର ସୁଯୋଗ ପାଇବେ।

ସୂଚନାଯୋଗ୍ୟ ଯେ ନିକଟରେ ରାଜ୍ୟ ସରକାର ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତକୁ ରାଜ୍ୟ ସଂଗୀତର ମାନ୍ୟତା ପ୍ରଦାନ କରିଥିଲେ। ଏଥିସହିତ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକ୍ରମେ ଗତ ମଇ ୩୦ ତାରିଖରେ ସାରା ରାଜ୍ୟ ତଥା ବିଶ୍ବର କୋଣ ଅନୁକୋଣରେ ଥିବା ଓଡିଆ ଭାଇ ଭଉଣୀମାନେ ଏହି ସଂଗୀତକୁ ଏକ ସମୟରେ ଗାନ କରି ଏକ ଭାବମୟ ପରିବେଶ ସୃଷ୍ଟି କରିଥିଲେ।

“ଗୌରବମଣ୍ଡିତ ଉତ୍କଳ ଜନନୀଙ୍କ ଜୟଗାନ କରୁଥିବା ଏହି ମହାନ ସଂଗୀତ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଓଡିଆ ଜାତୀୟତାର ଭାବକୁ ସୁଦୃଢ କରିବା ସହିତ ଓଡିଆ ଜାତିର ମହାନତା ସହ ପରିଚିତ କରାଇବାରେ ସଫଳ ହେବ” ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.