ପୁରୀ : ଆଜି ହେଉଛି ପଞ୍ଚୁକର ଦ୍ବିତୀୟ ଦିନ । ଏହି ଅବସରରେ କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଦ୍ଵାଦଶୀ ତିଥିରେ ଶ୍ରଦ୍ଧାଳୁଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ଯେତେବେଳେ ଅକ୍ରୁର ଯାଇଥିଲେ ଗୋପପୁରକୁ ଶ୍ରୀକୃଷ୍ଣ ଓ ବଳରାମଙ୍କୁ ମଥୁରାକୁ ଆଣିବାକୁ ସେ ସମୟରେ ବ୍ରଜ ଦାଣ୍ଡ ରେ ଏହି ରୂପରେ ଅକ୍ରୁର ଦର୍ଶନ କରିଥିଲେ। ସେହି ସ୍ମୃତିରେ ଏହି ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇ ଆସୁଅଛି । ଏହି ବେଶରେ ଠାକୁର ମାନେ ସୁବର୍ଣ୍ଣର ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି । ଚୂଡା ମଧ୍ୟ ଧାରଣ କରିଥାନ୍ତି। ମସ୍ତକରେ ଏହି ଚୂଡା ବା ଚୁଳ ଦକ୍ଷିଣ ଦିଗକୁ ଢଳି ରହିଥାଏ। ଏଣୁ ମହାପ୍ରଭୁଙ୍କ ଏହି ବେଶକୁ ବାଙ୍କଚୂଡ଼ା ବେଶ କୁହାଯାଏ । ମହାପ୍ରଭୁଙ୍କ ଅବକାଶ ନୀତି ପରେ ଏହି ବେଶ ଅନୁଷ୍ଠିତ ହୋଇଛି । ତେବେ ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତାକର୍ଷକ ବେଶ ଯିଏ ଦର୍ଶନ କରିଥାନ୍ତି ତାଙ୍କୁ ଅପାର ଆନନ୍ଦ ଲାଭ ସହ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତିମିଳେ ବୋଲି ବିଶ୍ୱାସ ରହିଛି | ତେବେ ଆସନ୍ତାକାଲି ମହାପ୍ରଭୁ ତିବିକ୍ରମ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ |
BREAKING NEWS
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ
- Influencer Nidhi Tiwari Suicide: କ’ଣ ଥିଲା ଶେଷ କଥା ?
- Delhi Air Pollution: ନଭେମ୍ବରରୁ ଅଫିସରେ କମିବେ ଲୋକ, ବଢିବ ପାର୍କିଂ ଫି
- ଅପମିଶ୍ରିତ ପନିର କାରବାର;୧୧ ଜଣଙ୍କ ନାଁ ରେ ଏତଲା ଦେଲା KMC
- ଟାଟା ଷ୍ଟିଲ ଫ୍ରେଣ୍ଡସିପ୍ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ: ମିଡିଆ 11 ଟିମ୍ ଚମ୍ପିୟାନ

Comments are closed.