Latest Odisha News

BREAKING NEWS

ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ଘଟଣା; ୪ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବରଗଡ ଜିଲ୍ଲା ପଦ୍ମପୁର ଖଲିଆପଲି ଗ୍ରାମପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁଁ ୩ ଜଣଙ୍କ ମୃତ୍ୟୁ ଘଟଣା । ଗଭୀର ଦୁଃଖ ପ୍ରକାଶ ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଏହାସହ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

ଏହା ସହିତ ଗୁରୁତର ଆହତ ହୋଇଥିବା ବ୍ୟକ୍ତିମାନଙ୍କ ପାଇଁ ସଂପୂର୍ଣ୍ଣ ମାଗଣାରେ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଓ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Comments are closed.