Latest Odisha News

BREAKING NEWS

ଭୁବନେଶ୍ୱରର ନୂଆ ଲ୍ୟାଣ୍ଡମାର୍କ ହେବ ବରମୁଣ୍ଡା ବସ୍ ଟର୍ମିନାଲ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ବର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ରାଜ୍ୟର ସବୁଠାରୁ ବ୍ୟସ୍ତବହୁଳ ବସ୍‌ଷ୍ଟାଣ୍ଡ । ରାଜ୍ୟର ବିଭିନ୍ନ ସ୍ଥାନକୁ ଏଠାରୁ ବସ୍‌ ଚଳାଚଳ କରିଥାଏ । ହଜାର ହଜାର ଯାତ୍ରୀ ମଧ୍ୟ ପ୍ରତିଦିନ ବିଭିନ୍ନ ସ୍ଥାନକୁ ବସ୍‌ଯୋଗେ ଯାଇଥାନ୍ତି । ତେଣୁ ଏହାକୁ ଏକ ଅତ୍ୟାଧୁନିକ ରୂପ ଦେବାପାଇଁ କାମ ଆରମ୍ଭ ହୋଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ବରମୁଣ୍ଡାର ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ଏହି କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ବରମୁଣ୍ଡା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲକୁ ପୂର୍ବ ଭାରତର ପ୍ରମୁଖ ବସ୍‌ ଟର୍ମିନାଲ ଭାବରେ ଗଢି ତୋଳିବାକୁ ରାଜ୍ୟ ସରକାରଙ୍କର ଲକ୍ଷ୍ୟ ରହିଛି।

ଅତ୍ୟାଧୁନିକ ଡିଜାଇନ ସହିତ ଯାତ୍ରୀମାନଙ୍କର ସୁବିଧା ସୁଯୋଗ, ବସ୍‌ ମାନଙ୍କର ପ୍ରସସ୍ଥ ପ୍ରବେଶ ଓ ପ୍ରସ୍ଥାନ ତଥା ବାଣିଜ୍ୟିକ ସ୍ଥାନ ଆଦି ଉପରେ ଏଥିରେ ସ୍ବତନ୍ତ୍ର ଗୁରୁତ୍ବ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ 5T କାର୍ଯ୍ୟକ୍ରମ ଅଧିନରେ ଏହି ଆନ୍ତଃରାଜ୍ୟ ବସ ଟର୍ମିନାଲର ରୂପାନ୍ତରୀକରଣ କାର୍ଯ୍ୟ ହାତକୁ ନିଆଯାଇଛି । ଏହି କାର୍ଯ୍ୟ ପାଇଁ ମୋଟ ୧୮୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହା ଭୁବନେଶ୍ୱର ର ନୂଆ ଲ୍ୟାଣ୍ଡ ମାର୍କ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.