Latest Odisha News

କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ବର୍ଷା-ଅନୁଭବ

କଟକ: ଆଜି କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ବର୍ଷା-ଅନୁଭବ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଫ୍ୟାମିଲ କୋର୍ଟରେ ଉଭୟେ ହାଜର ହୋଇଛନ୍ତି । ଦିଲ୍ଲୀର ପଟିଆଲା ହାଉସ କୋର୍ଟ ବଦଳରେ କଟକ ପରିବାର ଅଦାଲତରେ ଓଲିଉଡର ଷ୍ଟାର ଦମ୍ପତ୍ତିଙ୍କ ଛାଡ଼ପତ୍ର ମାମଲାର ଶୁଣାଣି କରିବେ କୋର୍ଟ ।

ଅନୁଭବ ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ପତ୍ନୀ ବର୍ଷାଙ୍କ ଠାରୁ ଛାଡ଼ପତ୍ର ପାଇଁ ଆବେଦନ କରିଥିଲେ । ଏହାର କିଛି ଦିନ ପରେ ବର୍ଷା ପଟିଆଲା ହାଉସ କୋର୍ଟରେ ଅନୁଭବ ଦାୟର କରିଥିବା ଛାଡ଼ପତ୍ର ମାମଲାକୁ କଟକ ସ୍ଥାନାନ୍ତରିତ କରିବାକୁ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ସୁପ୍ରିମକୋର୍ଟ ଏହି ମାମଲାରେ ଶୁଣାଣି କରି ମାର୍ଚ୍ଚ ୫ ତାରିଖରେ ଏହି ମାମଲାକୁ କଟକ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦେଇଥିଲେ। 

Leave A Reply

Your email address will not be published.