ଭୁବନେଶ୍ଵର: ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ଆଜି ବିଧାନସଭା ଘେରାଉ କରିଛି କଂଗ୍ରେସ। ଯାହାକୁ ନେଇ ରାଜଧାନୀ ଭୁବନେଶ୍ଵରରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। କଂଗ୍ରେସର ଆନ୍ଦୋଳନ ପାଇଁ ପୋଲିସ ପକ୍ଷରୁ ପ୍ରସ୍ତୁତି ହୋଇଛି। ଆନ୍ଦୋଳନକାରୀଙ୍କୁ ରୋକିବାକୁ ୮୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।
ରାଜଧାନୀର ସବୁ ଗୁରୁତ୍ଵପୂର୍ଣ୍ଣ ଛକ ଏବଂ ମୁଖ୍ୟ ରାସ୍ତାରେ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ନଘଟେ, ସେଥିପ୍ରତି ସୁରକ୍ଷାକର୍ମୀ ମାନେ ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି। ବିଧାନସଭାକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାରେ ପୋଲିସ ମୁତୟନ ହେବା ସହ ରାସ୍ତାକୁ ସିଲ୍ କରାଯାଇଛି। ପୂର୍ବଠାରୁ ଅଧିକ ସିସି କ୍ୟାମେରା ଲଗାଯାଇଛି। କିଛି ଗଳି ରାସ୍ତାକୁ ମଧ୍ୟ ବନ୍ଦ କରାଯାଇଛି। ସେହିପରି ଆନ୍ଦୋଳନକୁ ଦୃଷ୍ଟିରେ ରଖି ଟ୍ରାଫିକ୍ କଟକଣା ମଧ୍ୟ ଜାରି କରିଛି ପୋଲିସ।
ଟ୍ରାଫିକ୍ କଟକଣା
- ରାଜମହଲରୁ ରୂପାଲି ଓ ରୂପାଲିରୁ ରାଜମହଲ ରାସ୍ତାରେ କଟକଣା
- ଏଜିରୁ କେଶରୀ ଟକିଜ୍ ଛକ ରାସ୍ତାରେ ଟ୍ରାଫିକ କଟକଣା
- ରବୀନ୍ଦ୍ର ମଣ୍ଡପରୁ ୧୨୦ ବାଟାଲିୟନ୍ ରାସ୍ତାର ବନ୍ଦ ରହିବ
- ସକାଳ ୯ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଟ୍ରାଫିକ୍ କଟକଣା
- ଏହି ସମୟରେ ରାସ୍ତାରେ କେହି ଯିବା ଆସିବା କରିବେ ନାହିଁ
- ସାଢେ ୯ଟା ସୁଦ୍ଧା ଅଫିସ ଆସିବାକୁ ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ
Comments are closed.