Latest Odisha News

ଭୁବନେଶ୍ୱରରେ ଆଉ ୨୧୫ ପଜିଟିଭ ଚିହ୍ନଟ, ୨୩ଶହ ଡେଇଁଲା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦିନକରେ ହଜାରେ ରୁ ୧୫ଶହ ଲୋକେ କରୋନାରେ ସଂକ୍ରମିତ ହେଉଛନ୍ତି । ସେହିପରି ରାଜଧାନୀ ଭୁବନେଶ୍ୱର ମଧ୍ୟ ଦିନକୁ ଦିନ ସଂକ୍ରମିତ ହେବାରେ ଲାଗିଛି । ଆଜି ଭୁବନେଶ୍ୱରରେ ୨୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୨୧୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୦ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ୧୩୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ଆଜି ୟୁନିଟ-୯ ବସ୍ତିର ବାୟାବାବା ମଠ ନିକଟ ବସ୍ତିରୁ ସର୍ବାଧିକ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୮ ଜଣ ମହିଳା ଅଛନ୍ତି ଓ  ସେମାନଙ୍କର ବୟସ ୨୪ରୁ ୬୪ ବର୍ଷ ମଧ୍ୟରେ ରହିଛି।  ସେହିପରି ଏକ ଘରୋଇ ହସ୍‌ପିଟାଲରୁ ଜଣେ ୩୧ ବର୍ଷୀୟ ମହିଳା କର୍ମଚାରୀଙ୍କ ସମେତ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟ ପକ୍ଷରେ ସାଲିଆ ସାହିରୁ ମଧ୍ୟ ଆଜି ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଇଗିଣିଆରୁ ୧୦ ଜଣ ଆକ୍ରାନ୍ତ  ହୋଇଥିବା ଜଣାପଡ଼ିଛି । ଏମାନେ ସମସ୍ତେ ପୂର୍ବରୁ ଚିହ୍ନଟ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୩୬୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ସେମାନଙ୍କ ମଧ୍ୟରୁ ୧୧୪୧ ଜଣ ସୁସ୍ଥ ହୋଇଛନ୍ତି ଓ ୧୩ଜଣଙ୍କର ମୃତ୍ୟୁ ଘଟିଛି । ଏବେ ୧୨୦୯ଜଣ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Comments are closed.