ଯାଜପୁର : ଗାଁ ଦାଣ୍ଡରେ ବୁଲୁଛି ଭାଲୁ । ଭୟରେ ଗ୍ରାମବାସୀ । ଯାଜପୁର ଜିଲ୍ଲା ଦାନଗଦି ବ୍ଲକ ଅନ୍ତର୍ଗତ ଶାଳିଜଙ୍ଗା ଗ୍ରାମରେ ଦେଖିବାକୁ ମିଳିଛି ଏପରି କିଛି ଦୃଶ୍ୟ । ଗତ ଦୁଇ ଦିନ ହେବ ବିଳମ୍ବିତ ରାତିରେ ଗାଁ ଦାଣ୍ଡରେ ଏକ ଭାଲୁ ବୁଲୁଥିବାର ଦେଖିବାକୁ ମିଳୁଛି । ଯାହାକୁ ନେଇ ଗାଁ ଲୋକ ଭୟଭୀତ ଅବସ୍ଥାରେ ଅଛନ୍ତି । ଗାଁ ଦାଣ୍ଡ ଭାଲୁ ବୁଲୁଥିବା ବେଳେ, ଖାଦ୍ୟ ଅନ୍ବେଷଣରେ ଭାଲୁଟି ପାଖ ଜଙ୍ଗଲରୁ ଗାଁ ଭିତରକୁ ପଶି ଆସିଥିବା ସନ୍ଦେହ କରାଯାଉଛି । ଗାଁର କିଛି ଯୁବକ ଭାଲୁ ବୁଲୁଥିବାର ଦେଖିଥିଲେ । ଏନେଇ ବନ ବିଭାଗକୁ ଖବର ଦେଇଛନ୍ତି ଗ୍ରାମବାସୀ । ଭାଲୁ ଯେତେଶୀଘ୍ର କାବୁ କରି ଅନ୍ୟତ୍ର ଛାଡିବାକୁ ଗ୍ରାମବାସୀ ଦାବି କରିଛନ୍ତି ।
BREAKING NEWS
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
- ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ, ୪୫୧ କୋଟିର ମେଗା ପ୍ରକଳ୍ପ…
- papa buka : ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ଓଡିଆ ପ୍ରଯୋଜକଙ୍କ “ପାପା ବୁକା’;ଏକାଡେମୀ ଆୱାର୍ଡସର ୩ ବିଭାଗରେ…
- ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍ଡିଙ୍ଗର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
Comments are closed.