Latest Odisha News

BREAKING NEWS

ବେଦମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀ

ଭଦ୍ରକ : କାଳୀପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଭଦ୍ରକ ସହର । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ହୋଇଉଠିଛି ଚଳଚଞ୍ଚଳ । ସାତ ଦିନରେ ସପ୍ତମାତୃକା ବେଶରେ ଦର୍ଶନ ଦେବେ ମା’ । କିନ୍ତୁ ଏହି ପୀଠରେ ମା’ ଭଦ୍ରକାଳୀ ବର୍ଷର ଗୋଟିଏ ଦିନ ଉଗ୍ରରୂପରେ ଧାରଣ କରୁଥିଲା ବେଳେ ଅନ୍ୟ ସମସ୍ତ ଦିନରେ ମାଁ ଶାନ୍ତ ରୂପରେ ଭକ୍ତଙ୍କୁ ଦର୍ଶନ ଦିଅନ୍ତି । ମା’ କାଳୀଙ୍କ କଥା ଆସିଲେ ସବୁବେଳେ ମନରେ ଆସେ ଉଗ୍ରରୂପାଙ୍କ କଥା  । ଗଳାରେ ନରମୁଣ୍ଡ ମାଳୀ, ଲାଲ ରଙ୍ଗର ଜିହ୍ଵା ଆଉ ବଡ଼ ବଡ଼ ଚକ୍ଷୁର କଥା । କିନ୍ତୁ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ କ୍ଷେତ୍ରରେ ଏସବୁ ଅଲଗା ।

ଏଠାରେ ମା’ ବର୍ଷ ତମାମ ଶାନ୍ତ ବେଶରେ ଦର୍ଶନ ଦେଉଥିବା ବେଳେ କାଳୀ ପୂଜା ଅବସରରେ ଆୟୋଜିତ ହେଉଥିବା ସପ୍ତମାତୃକା ବେଶରେ ଗୋଟିଏ ଦିନ ଉଗ୍ରରୂପା ମାହାକାଳୀ ବେଶରେ ଦର୍ଶନ ଦିଅନ୍ତି । ଆଜି ଠାରୁ ମା’ ଭଦ୍ରକାଳୀଙ୍କ ପୀଠରେ ସପ୍ତଦିବସୀୟ ମହାଯଜ୍ଞ ଓ ସପ୍ତମାତୃକା ବେଶ ଆୟୋଜିତ ହେବେ। ଆଜି ପ୍ରଥମ ଦିନରେ ମାଆ ବେଦମାତା ବେଶରେ ଦର୍ଶନ ଦେଉଛନ୍ତି ।  ପରେ ମାଆ ମହାକାଳୀ ବେଶ, ରାଜ ରାଜେଶ୍ୱରୀ ବେଶ, ସିଂହବାହିନୀ ବେଶ, ଜଗଦ୍ଧାତ୍ରୀ ବେଶ, ମହାସରସ୍ବତୀ ବେଶ ଓ ଶେଷ ଦିନରେ ମହାଲଷ୍ମୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମା । ଆଜି ମାଆଙ୍କୁ ଦର୍ଶନ କରିବା ଲାଗି ଦୂର ଦୂରଦୂରାନ୍ତରୁ ଭକ୍ତଙ୍କ ସୁଅ ଛୁଟୁଛି । ସେପଟେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡକୁ ଆଖି ଆଗରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

Leave A Reply

Your email address will not be published.