ଭୁବନେଶ୍ଵର: ସ୍କୁଲ ଛାତ୍ରଛାତ୍ରୀଙ୍କ ପାଠପଢାରେ ଯୋଡିହେବ ଆଉ ନୂଆ ବିଷୟ । ଏଣିକି ନିଜ ବିଷୟ ବସ୍ତୁ ସହ ସ୍କୁଲରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ । ଏନେଇ ଶୁକ୍ରବାର ବିଧାନସଭାରେ ଏଭଳି ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।
ବିଦ୍ୟାଳୟଠାରୁ ଆରମ୍ଭ କରି ଉଚ୍ଚ ବିଦ୍ୟାଳୟ ଗୁଡିକରେ ଧାର୍ମିକ, ନୈତିକ ଓ ବୌଦ୍ଧିକ ବିଚାରର ବିକାଶ ପାଇଁ ଶ୍ରୀମଦ୍ ଭଗବତ୍ ଗୀତାର ପଠନ ଓ ମହତ୍ତ୍ଵର ଚର୍ଚ୍ଚା ପାଇଁ ସରକାରଙ୍କ ପ୍ରସ୍ତାବ ଅଛି କି ବୋଲି ପ୍ରଶ୍ନ କରିଥିଲେ ବିଧାୟକ ସିତାଂଶୁ ଶେଖର ମହାପାତ୍ର।
ଏହାର ଉତ୍ତର ଦେବାକୁ ଯାଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ଯେ, ନୈତିକ ଓ ବୌଦ୍ଧିକ ବିକାଶ ପାଇଁ ନୈତିକ ଗଳ୍ପ ଓ ଶାନ୍ତିମନ୍ତ୍ର ପାଠ ସହ ଭଗବତ ଗୀତା ପାଠ ପାଇଁ ପ୍ରସ୍ତାବ ରହିଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ନିତ୍ୟାନନ୍ଦ ଗଣ୍ଡଙ୍କ କହିବା କଥା ପାଠ ପଢିବା ସହ ଛାତ୍ରଛାତ୍ରୀଙ୍କର ଆମ ପରମ୍ପରା ଓ ଆଧ୍ୟାତ୍ମିକତା ଉପରେ ମଧ୍ୟ ଜ୍ଞାନ ରହିବା ଜରୁରୀ ।
Comments are closed.