Latest Odisha News

BREAKING NEWS

ବିବାଦୀୟ କୃଷି ଆଇନ ବିରୋଧରେ ଆସନ୍ତାକାଲି ଭାରତ ବନ୍ଦ

ନୂଆଦିଲ୍ଲୀ : ବିବାଦୀୟ କୃଷି ଆଇନ ବିରୋଧରେ ଆସନ୍ତାକାଲି ଭାରତ ବନ୍ଦ । ସଂଯୁକ୍ତ କିଷାନ ମୋର୍ଟ୍ଟା ପକ୍ଷରୁ ଦିଆଯାଇଥିବା ଏହି ବନ୍ଦକୁ ବିଭିନ୍ନ ରାଜନୈତିକ ଦଳ ସମର୍ଥନ କରିଛନ୍ତି । ୪୦ଟି କୃଷକ ସଙ୍ଗଠନକୁ ନେଇ ଗଠିତ ସଂଯୁକ୍ତ କିଷାନ ମୋର୍ଚ୍ଚାର ଏହି ବନ୍ଦ ଡାକରାରେ ସାମିଲ ହେବା ପାଇଁ ଲୋକଙ୍କୁ ଅପିଲ କରାଯାଇଛି । ଏହାସହ ବନ୍ଦ ଡାକରାରେ ରାଜନୈତିକ ଦଳ ଓ ସମସ୍ତ ରାଜ୍ୟ ସରକାରଙ୍କୁ ସାମିଲ ହେବା ପାଇଁ ମଧ୍ୟ ଅପିଲ କରାଯାଇଛି । ସଂଯୁକ୍ତ କିଷାନ ମୋର୍ଚ୍ଚାର ଏହି ବନ୍ଦ ଡାକରାରେ ଅନେକ ରାଜନୈତିକ ଦଳ ସମର୍ଥନ ଜଣାଇଛନ୍ତି ।

ଭାରତ ବନ୍ଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ସୀମାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସହରର ସୀମାର ୩ଟି ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବିକ୍ଷୋଭକାରୀଙ୍କ ମଧ୍ୟରୁ କାହାକୁ ଦିଲ୍ଲୀ ପ୍ରବେଶ କରିବାକୁ ଅନୁମତି ଦିଆଯିବ ନାହିଁ ବୋଲି କୁହାଯାଇଛି । ଆସନ୍ତାକାଲି ସକାଳ ୬ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ । ଏହି ସମୟରେ ସମସ୍ତ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ, ଦୋକାନ ବଜାର, ଶିଳ୍ପ ଏବଂ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିବ । ଏହି ସମୟରେ ଜରୁରୀ ସେବାକୁ ଅନୁମତି ଦେବାକୁ ସଂଘ ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.