Latest Odisha News

BREAKING NEWS

ଭରତପୁର ଥାନାରେ କ୍ରାଇମବ୍ରାଞ୍ଚ ଟିମ୍: ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ଚାଲିଛି ତଦନ୍ତ

ଭୁବନେଶ୍ବର: ଭରତପୁର ଥାନାରେ ପହଞ୍ଚିଲା କ୍ରାଇମବ୍ରାଞ୍ଚ ଟିମ୍। ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ତଦନ୍ତ ପାଇଁ ପହଞ୍ଚିଲା। ସେଦିନ ରାତିରେ କ’ଣ ସବୁ ଘଟିଥିଲା ଅନୁଧ୍ୟାନ ପାଇଁ ପହଞ୍ଚିଲା। ଭରତପୁର ଥାନା ମାମଲାରେ ତଦନ୍ତକୁ ଜୋରଦାର କରିଛି କ୍ରାଇମବ୍ରାଞ୍ଚ।

ବିଭିନ୍ନ ଦିଗରକୁ ଆଗେଇଛି ତଦନ୍ତ। ଆଜି ଗ୍ରାଉଣ୍ଡ ଜିରୋରେ ପହଞ୍ଚି ତନାଘନା ତଦନ୍ତ କରିବ କ୍ରାଇମବ୍ରାଞ୍ଚ ଟିମ୍। ଭରତପୁର ଥାନା ଓ ପଥରଗାଡ଼ିଆ ଯିବ କ୍ରାଇମବ୍ରାଞ୍ଚ ଟିମ୍। ଭାରତୀୟ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଅଭିଯୋଗ ମାମଲାରେ ବିଭିନ୍ନ ଦିଗକୁ ନେଇ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ।

ପଥରଗାଡ଼ିଆ ରାସ୍ତାରେ ମେଜର ଓ ତାଙ୍କ ବାନ୍ଧବୀଙ୍କ ସହ କିଛି ରୋଡ୍ ରୋମିଓ ଝାମେଲା କରିଥିଲେ। ସେହିପରି ଭରତପୁର ଥାନାରେ ସେମାନଙ୍କୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଥିଲା। ଏସବୁ ସ୍ଥାନରେ ସେଦିନ କ’ଣ ଘଟିଥିଲା, କେଉଁ ପରିସ୍ଥିତିରେ ଗଣ୍ଡଗୋଳ ହୋଇଥିଲା, ସେନେଇ ଟିକିନିଖି ତଦନ୍ତ କରିବ କ୍ରାଇମବ୍ରାଞ୍ଚ ଟିମ୍। ତଦନ୍ତକାରୀ ଟିମକୁ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ପାଇଁ ଭରତପୁର ଓ ଚନ୍ଦକା ଥାନାକୁ ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ଗତକାଲି ଭରତପୁର ଥାନା ମାମଲାର ତଦନ୍ତ କରୁଥିବା କ୍ରାଇମ୍ବ୍ରାଞ୍ଚ ଟିମ୍ ଝାରପଡ଼ା ଜେଲ୍ରେ ଅଧୀକ୍ଷକ, ଡାକ୍ତର ଓ ଫାର୍ମାସିଷ୍ଟଙ୍କୁ ଭେଟିଥିଲା। ଆହତ ଅବସ୍ଥାରେ ଜେଲ୍କୁ ଆସିଥିବା ପୀଡ଼ିତାଙ୍କର ସେହି ସମୟର ସ୍ବାସ୍ଥ୍ୟାବସ୍ଥା ବାବଦରେ କ୍ରାଇମବ୍ରାଞ୍ଚ ଟିମ୍ ପଚରାଉଚରା କରିଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ପୀଡ଼ିତାଙ୍କୁ ଭୁବନେଶ୍ବର ଏମ୍ସ ପଠାଗଲା। ଅଥଚ ପୂର୍ବରୁ କ’ଣ ପାଇଁ ତାଙ୍କୁ ଜେଲ୍ରେ ରଖି ଚିକିତ୍ସା କରାଯାଉଥିଲା ବୋଲି ଜାଣିବାକୁ କ୍ରାଇମ୍ବ୍ରାଞ୍ଚ୍ ଟିମ୍ ଖୋଳତାଡ଼ କରିଛି।

Leave A Reply

Your email address will not be published.