Latest Odisha News

BREAKING NEWS

୪୩.୨ ଡିଗ୍ରୀ ତାପମାତ୍ରାରେ ସିଝିଲା ରାଜଧାନୀ ଭୁବନେଶ୍ଵର

ଭୁବନେଶ୍ଵର: ଦିନ କୁ ଦିନ ଉଗ୍ର ହେବାରେ ଲାଗିଛି ଗ୍ରୀଷ୍ମପ୍ରବାହ । ଭୀଷଣ ତାତି ସାଙ୍ଗକୁ ଗୁଳୁଗୁଳିରେ ରାଜ୍ୟବାସୀ ହନ୍ତସନ୍ତ ହେଉଛନ୍ତି । ସୂର୍ଯ୍ୟୋଦୟରୁ ତାତିର ପ୍ରଭାବ ଆରମ୍ଭ ହେଉଥିବା ବେଳେ ମଧ୍ୟରାତ୍ରୀ ପର୍ଯ୍ୟନ୍ତ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳୁଛି । ଚଳିତ ବର୍ଷ ଏପ୍ରିଲ ମାସରେ ତାତି ରେକର୍ଡ ଭାଙ୍ଗିଥିବା ବେଳେ ମେ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ସମାନ ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ଆଜି ଦିନ ସାଢ଼େ ୨ଟା ସୁଦ୍ଧା ୪୩.୨ ଡିଗ୍ରୀ ତାପମାତ୍ରାରେ ସିଝିଛି ରାଜଧାନୀ ଭୁବନେଶ୍ଵର ।

ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୪୩.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ କେନ୍ଦୁଝରରେ ୪୨.୭ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ଚାନ୍ଦବାଲିରେ ୪୨.୨, ବାଲେଶ୍ୱରରେ ୪୧.୪, ରାଉରକେଲାରେ ୪୦.୬, ଝାରସୁଗୁଡାରେ ୩୯.୯, ସମ୍ବଲପୁରରେ ୩୯.୪, ହୀରାକୁଦରେ ୩୭.୮, ପୁରୀରେ ୩୪.୯, ଗୋପାଳପୁରରେ ୩୪.୨ ଏବଂ ପାରାଦୀପରେ ୩୩.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ସେପଟେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ନେଇ ୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଯାଜପୁର, ବୌଦ୍ଧକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହିପରି ୧୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Leave A Reply

Your email address will not be published.