ଭୁବନେଶ୍ୱର: ଆଜି ଭୁବନେଶ୍ୱରର ୭୩ତମ ପ୍ରତିଷ୍ଠା ଦିବସ । ଆଜିର ଦିନରେ ଭୁବନେଶ୍ୱରକୁ ମିଳିଥିଲା ରାଜଧାନୀର ମାନ୍ୟତା । କରୋନା ଯୋଗୁ ଏବର୍ଷ ପ୍ରତିଷ୍ଠା ଦିବସ ନିରାଡମ୍ବର ଭାବରେ ପାଳନ ହୋଇଛି । ଏହି ଅବସରରେ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ବିଧାନସଭା ସମ୍ମୁଖରେ ଥିବା ରାଜଧାନୀ ପ୍ରତିଷ୍ଠା ଫଳକଠାରେ ମାଲ୍ୟାର୍ପଣ କରିଛନ୍ତି । ଏତିକିବେଳେ ଉପସ୍ଥିତ ଥିଲେ ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ଜଟଣୀ ବିଧାୟକ ସୁରେଶ ରାଉତରାୟ, ଖୋର୍ଦ୍ଧା ଜିଲାପାଳ ଓ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତି ।
୧୯୪୮ ମସିହା ଏପ୍ରିଲ ୧୩ ତାରିଖରେ ରାଜଧାନୀ ପ୍ରତିଷ୍ଠା ହୋଇଥିଲା । ମନ୍ଦିର ମାଳିନୀ ସହର ପାଇଛି ସ୍ମାର୍ଟ ସିଟିର ମାନ୍ୟତା । ବଢ଼ିଛି ରାଜଧାନୀର କଳେବର । ଭୁବନେଶ୍ୱରର ଜନସଂଖ୍ୟା ୧୫ ହଜାରରୁ ବଢ଼ି କୋଟିଏ ହେଲାଣି । ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ଓ ସୌନ୍ଦର୍ୟ୍ୟକରଣରେ ନୂଆ ରୂପ ପାଇଛି ଭୁବନେଶ୍ୱର । ଆଦୁନିକତାର ଚାକଚକ୍ୟ ଭିତରେ ଏଠାରେ ବଦଳିଛି ଲୋକଙ୍କ ଜୀବନଧାରଣ ମାନ । କଟକ, ପୁରୀ ଓ ଖୋର୍ଦ୍ଧା ଯାଏ ଲମ୍ବିଗଲାଣି ଭୁବନେଶ୍ୱର କାୟାକଳ୍ପ ।
BREAKING NEWS
- ଦୀର୍ଘ ୬ ବର୍ଷ ପରେ ଖୋଲିଲା ଗୁଣ୍ଡିଚା ମନ୍ଦିର
- ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ, ଜାଣନ୍ତୁ କାହିଁକି…
- ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ବିଭିନ୍ନ ସ୍ଥାନରେ ଟାୟାର ଜାଳି…
- ଜାମ୍ମୁ-କାଶ୍ମୀରର କଠୁଆରେ ବଡ଼ ଅଘଟଣ :ଯବାନଙ୍କ ଗୁଳିଚାଳନାରେ ୪ ସହକର୍ମୀ ମୃତ
- ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ପୂର୍ବତନ ଆରଟିଓ ଦୋଷୀ ସାବ୍ୟସ୍ତ
- ଝାରସୁଗୁଡ଼ା ବେଦାନ୍ତ ଆଲୁମିନିୟମର ଶିଳ୍ପାଞ୍ଚଳ ଟାଉନସିପ୍କୁ ମିଳିଲା ‘ଏମ.କେ. ରାଉତ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶଂସା ପୁରସ୍କାର ୨୦୨୬’
- ବାୟୋ ଗ୍ୟାସ୍ ପ୍ରକଳ୍ପ: ୧୯ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ଅନୁମୋଦନ, ସୃଷ୍ଟି ହେବ ୧୦୬୬୧ଟି ନିଯୁକ୍ତି ସୁଯୋଗ
- ଆସନ୍ତାକାଲି ଓଡ଼ିଶା ବନ୍ଦ; ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନା
- ଟିପିଏସ୍ଓଡିଏଲ୍ ତରଫରୁ ଗଜପତି ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ
- ଶେଷ ହୋଇନାହିଁ ଜାଡେଜାଙ୍କ ୨୦୨୭ ବିଶ୍ୱକପ୍ ଖେଳିବା ଆଶା

Comments are closed.