ଭୁବନେଶ୍ୱର : ଓଡ଼ିଶାର ରାଜଧାନୀ ଭୁବନେଶ୍ବର । ଭୁବନେଶ୍ବରର ଇତିହାସ ୭୩ ବର୍ଷ ପୁରୁଣା। ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖ, ମହାବିଷୁବ ସ˚କ୍ରାନ୍ତି ଓଡ଼ିଆ ନବବର୍ଷ ଅବସରରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ପଣ୍ତିତ ଜବାହରଲାଲ ନେହରୁ ଓଡ଼ିଶାର ନୂଆ ରାଜଧାନୀ ଭୁବନେଶ୍ବରଠାରେ ନିର୍ମାଣର ଶୁଭାରମ୍ଭ କରିଥିଲେ। ପୂର୍ବରୁ ଓଡ଼ିଶାର ରାଜଧାନୀ କଟକ ଥିଲା। ରାମପୁର-ଭରତପୁର ସ˚ରକ୍ଷିତ ଜଙ୍ଗଲରେ ରାଜଧାନୀ ପାଇଁ ନିରୁପିତ ସ୍ଥାନ ମୁଖ୍ୟତଃ ଚନ୍ଦକା-ଡମପଡ଼ା ଘନ ଜଙ୍ଗଲର ଅ˚ଶବିଶେଷ ଥିଲା।
ଆଧୁନିକ ଭୁବନେଶ୍ବର ସହରର ନକ୍ସା ପ୍ରସ୍ତୁତ କରିଥିଲେ ଜର୍ମାନର ପ୍ରସିଦ୍ଧ ସ୍ଥପତି ‘ଅଟୋ କନିସ୍ବର୍ଗର’। ଯୋଜନାବଦ୍ଧ ଭାବରେ ବିକଶିତ ହେବାକୁ ଥିବା ଭାରତର କେତୋଟି ସହରରୁ ଭୁବନେଶ୍ବର ଥିଲା ଅନ୍ୟତମ । ୧୯୪୯ ମସିହା ଅଗଷ୍ଟ ମାସରେ କଟକରୁ ଭୁବନେଶ୍ବରକୁ ରାଜଧାନୀ ସ୍ଥାନାନ୍ତର ହେଲା। ପରବର୍ତ୍ତୀ ସମୟରେ ଭୁବନେଶ୍ବରର ବିକାଶ ଯୋଜନା ଆଧାରିତ ହେଲା ନାହିଁ ।
ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି । ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ । ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।
ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଦେଶ ସ୍ୱାଧୀନ ହେବାର ପରବର୍ଷ, ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ କଟକରୁ ଭୁବନେଶ୍ୱରକୁ ସ୍ଥାନାନ୍ତରିତ ହୋଇଥିଲା । ଆଧୁନିକ ସହରର ଶୈଳୀ ଜର୍ମାନୀର ଓଟୋ କୋନିସବର୍ଗରଙ୍କଦ୍ୱାରା ନିର୍ମିତ । ସେ ଜାମସେଦପୁର ଓ ଚଣ୍ଡୀଗଡ଼ ସହରର ନିର୍ମାଣ ଶୈଳୀ ମଧ୍ୟ କରିଥିଲେ । ଭୁବନେଶ୍ୱର ଏବଂ କଟକ ଏକାସାଙ୍ଗେ ଓଡ଼ିଶାର ଟ୍ୱିନ ସିଟି ବା ଦୈତ ସହର ଭାବେ ଜଣାଶୁଣା । ଏହି ସହର ୨୦୧୧ ଅନୁସାରେ ମୋଟ ୧୦.୪୦ ଲକ୍ଷ ଲୋକଙ୍କୁ ନେଇ ଗଠିତ ।
Comments are closed.