Latest Odisha News

BREAKING NEWS

ଭୁବନେଶ୍ୱରରେ ୧୯ ହଜାର ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୪୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ଭୁବନେଶ୍ୱରରେ ୧୯ ହଜାର ଟପିଛି କରୋନା ସଂକ୍ରମଣ ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୦୧ ଜଣ କ୍ୱାରେଣ୍ଟାଇନ୍ ଏବଂ ୨୪୪ଟି ସ୍ଥାନୀୟ ମାମଲା ରହିଛି ।

ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୪୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୩୮୦୬ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୫,୩୫୪ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୬୯ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.