Latest Odisha News

BREAKING NEWS

୧୨୪ ନୂଆ ମାମଲା ସହ ଭୁବନେଶ୍ୱରରେ ହଜାରେ ଟପିଲା କରୋନା ପଜିଟିଭ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୨୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୩ ଛୁଇଁଛି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୭୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟର ଏବଂ ୫୨ଟି ସ୍ଥାନୀୟ ମାମଲା ରହିଛି ।

ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୫୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୧୦୪୩ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୫୭୪ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୪୫୭ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୧ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.