Latest Odisha News

BREAKING NEWS

ଭୁବନେଶ୍ୱରରେ ୨୧ ହଜାର ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୪୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମଣ ୨୧ ହଜାର ଟପିଛି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।

ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୧୧ ଜଣ କ୍ୱାରେଣ୍ଟାଇନ୍ ଏବଂ ୨୩୧ଟି ସ୍ଥାନୀୟ ମାମଲା ରହିଛି ।

ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୩୫୯୫ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୭,୪୯୭ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୮୮ ଜଣଙ୍କର ମୃତ୍ୟୁ ଘଟିଛି ।

ଅଧିକ ପଢନ୍ତୁ- ରାଜ୍ୟରେ କମିଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା, ଜାଣନ୍ତୁ ୨୪ ଘଣ୍ଟାରେ କେଉଁ ଜିଲ୍ଲାରୁ କେତେ?

Leave A Reply

Your email address will not be published.