Latest Odisha News

BREAKING NEWS

ମନ୍ଦିରମାଳିନୀ ଭୁବନେଶ୍ୱରରୁ ଓ ଗୋଲାପୀ ସହର ଜୟପୁରକୁ ଉଡ଼ିବ ବିମାନ

ଭୁବନେଶ୍ୱର: ଆଜିଠାରୁ ଭୁବନେଶ୍ୱର ରାଜସ୍ଥାନର ଜୟପୁରକୁ ଆରମ୍ଭ ହେବ ବିମାନ ସେବା। ଏଥିପାଇଁ ପୂର୍ବରୁ ସେପ୍ଟେମ୍ବର ୧୭ରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଚିଠି ଲେଖିଥିଲେ। ଏହାପରେ ନଭେମ୍ବର ୨ରୁ ଭୁବନେଶ୍ୱର-ଜୟପୁର ସିଧାସଳଖ ବିମାନ ଚଳଚଳ ଆରମ୍ଭ ହେବ ବୋଲି ଘୋଷଣା କରିଥିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ।

ମନ୍ଦିରମାଳିନୀ ଭୁବନେଶ୍ୱରରୁ ଗୋଲାପୀ ସହର ଜୟପୁରକୁ ବିମାନ ସେବାର ସୁବିଧା ଯାତ୍ରୀମାନେ ପାଇପାରିବେ। ଆଜି ଭର୍ଚୁଆଲ ମୋଡ଼ରେ ଏହାର ଉଦଘାଟନ କରାଯାଇଥିଲା। ଉଦଘାଟନୀ ସମାରୋହରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ଇଣ୍ଡିଗୋ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ପ୍ରଥମେ ୩ଟି ଇଣ୍ଡିଗୋ ବିମାନ ପ୍ରତି ସପ୍ତାହରେ ଭୁବନେଶ୍ୱର ଏବଂ ଜୟପୁର ମଧ୍ୟରେ ଚଳାଚଳ କରିବ। ପ୍ରତ୍ୟେକ ସପ୍ତାହରେ ମଙ୍ଗଳବାର, ଗୁରୁବାର ଓ ଶନିବାର ବିମାନ ଚଳାଚଳ କରିବ। ରାତି ୯ଟା ୪୦ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରୁ ବିମାନ ଛାଡ଼ିବ। ପ୍ରତ୍ୟେକ ରାଉଣ୍ଡ ଟ୍ରିପ୍ ପିଛା ରାଜ୍ୟ ସରକାରଙ୍କୁ ୭୫ହଜାର ଟଙ୍କା ଦେବାକୁ ପଡ଼ିବ। ପୂର୍ବରୁ ଏହି ସୁବିଧା ଉପଲବ୍ଧ ନଥିଲା। ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ପାଇଁ ଭୁବନେଶ୍ୱର-ଜୟପୁର ସିଧାସଳଖ ବିମାନ ଚଳାଚଳ କରିବାକୁ ଓଡ଼ିଶା ସରକାର ଦାବି କରିଥିଲେ।

Leave A Reply

Your email address will not be published.