Latest Odisha News

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ମାର୍କେଟ୍ ବିଲ୍ଡିଂ

ଭୁବନେଶ୍ବର : ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ମାର୍କେଟ୍ ବିଲ୍ଡିଂ । ଉଠା ଦୋକାନୀଙ୍କୁ ଉଠାଇବା ଦାବିରେ ଭୁବନେଶ୍ବର ୟୁନିଟ୍-୨ ମାର୍କେଟ୍ ବିଲ୍ଡିଂକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରାଯାଇଛି । ଜଣେ ଉଠାଦୋକାନୀ ମାର୍କେଟ୍ ବିଲ୍ଡିଂରେ ଥିବା ଜଣେ ଦୋକାନୀଙ୍କୁ ଧମକ ଦେଇଥିଲେ । ଯାହାକୁ ନେଇ ମାର୍କେଟ ବିଲ୍ଡିଂ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା । ଏହାର ପ୍ରତିବାଦରେ ମାର୍କେଟ ବିଲ୍ଡିଂ ପରିସରରେ ଥିବା ସମସ୍ତ ଦୋକାନ ବଜାର ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି ସେଣ୍ଟ୍ରାଲ ମାର୍କେଟ ଆସୋସିଏସନ । ଯେ ପର୍ଯ୍ୟନ୍ତ ଉଠା ଦୋକାନୀଙ୍କୁ ହଟା ନଯାଇଛି, ସେପର୍ଯ୍ୟନ୍ତ ମାର୍କେଟ ବିଲ୍ଡିଂ ବନ୍ଦ ରହିବ ବୋଲି ଚେତାବନୀ ଦେଇଛି ସେଣ୍ଟ୍ରାଲ ମାର୍କେଟ ଆସୋସିଏସନ ।

ଘଟଣାସ୍ଥଳରେ କ୍ୟାପିଟାଲ ଥାନା ଆଇଆଇସି ଏବଂ ବିଏମସି କର୍ତ୍ତୃପକ୍ଷ ପହଞ୍ଚି ବୁଝାସୁଝା କରିବା ସହ ଉତ୍ତେଜନାକୁ ନିୟନ୍ତ୍ରଣ କରିଛନ୍ତି । ଘଟଣାକୁ ନେଇ ଆସନ୍ତାକାଲି ବିଏମସିରେ ଏକ ବୈଠକ ବସିବ । ବୈଠକରେ ଉଠା ଦୋକାନୀଙ୍କ ଉଠାଯିବ ନା ନାହିଁ ସେନେଇ ଆଲୋଚନା ହେବ । ପୂର୍ବରୁ ମାର୍କେଟ୍ ବିଲ୍ଡିଂ ପରିସରରେ ଉଠା ଦୋକାନୀ ଗଣ୍ଡଗୋଳ କରିଥିବା ନେଇ ସେଣ୍ଟ୍ରାଲ ମାର୍କେଟ ଆସୋସିଏସନ ଅଭିଯୋଗ କରିଛି ।

Leave A Reply

Your email address will not be published.