ନୂଆଦିଲ୍ଲୀ: ଆଜି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ନୂଆଦିଲ୍ଲୀରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀଙ୍କୁ ସାକ୍ଷାତ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଏହି ଅବସରରେ ୩ଟି ମୁଖ୍ୟ ଦାବି ରଖିଥିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଦାବିଗୁଡିକ ହେଲା ବଢୁଥିବା ଯାତାୟତକୁ ଦୃଷ୍ଟିରେ ରଖି ବେଗୁନିଆ, ସୁନାଖେଳା ଓ ପୁବୁଶାହୀରେ ୩ଟି ବାଇପାସ୍ ନିର୍ମାଣ, ଖୋର୍ଦ୍ଧା-ନୟାଗଡ଼ ରାସ୍ତା ପ୍ରାୟ ୬୫ କି.ମି.କୁ ୪ ଲେନ୍ କରିବା । ଏହାସହିତ ଏନ୍ଏଚ୍ ୫୭ର ଅତ୍ରି ଓ ବାଘମାରି ନିକଟରେ ଅଣ୍ଡରପାସ୍ ନିର୍ମାଣ ପାଇଁ ଲିଖିତ ଭାବେ ଦାବି ରଖିଥିଲେ । ନିଜର ସଂସଦୀୟ କ୍ଷେତ୍ର ପାଇଁ ୩ଟି ବାଇପାସ୍ ଓ ଅଣ୍ଡରପାସ୍ ନିର୍ମାଣ ପାଇଁ ଦାବି ରଖିଥିବା ବେଳେ ଏହାକୁ ଅନୁମୋଦନ ମିଳିଥିବା ଅପରାଜିତା ଷଡଙ୍ଗୀ ସୂଚନା ଦେଇଛନ୍ତି । ୧୧୧ କୋଟି ଟଙ୍କାରେ ତିଆରି ହେବ ବାଇପାସ୍ ଓ ଅଣ୍ଡରପାସ୍ । ଖୋର୍ଦ୍ଧା-ନୟାଗଡ଼ ରାସ୍ତା ୪ ଲେନ୍ ଯଥାବିଧି ପ୍ରକ୍ରିୟା ଅନୁସାରେ କରାଯିବ ବୋଲି ସାଂସଦ କହିଛନ୍ତି ।
BREAKING NEWS
- ପାରା ଗୋଡ଼ରେ ପାକିସ୍ତାନୀ ନମ୍ବର: ତଦନ୍ତ ଆରମ୍ଭ
- TMC ସାଂସଦ ମହୁଆ ମୋଇତ୍ରଙ୍କ ବଢିବ ସୁରକ୍ଷା: ହାଇକୋର୍ଟ ଦେଲେ ନିର୍ଦ୍ଦେଶ
- ଘରେ ପଶି ଭାଉଜଙ୍କୁ ହାଣିଦେଲା ଦିଅର, ଅଭିଯୁକ୍ତ ଫେରାର
- ପୁରୁଣା ମାରୁତି କାର୍ ମାଲିକଙ୍କୁ ଆଶ୍ୱସ୍ତି: E20 ପେଟ୍ରୋଲ୍ ପାଇଁ ଉପଯୁକ୍ତ ୨୦୦୮ ପରର ସବୁ ମଡେଲ୍
- ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ କିପରି ରହିବ ଭାରତର ଭବିଷ୍ୟତ? ସୁନା ବିନିଯୋଗକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶର ବିଶ୍ଳେଷଣ
- ବିବାହର ୫ ମାସ ପରେ ଅଲଗା ହେଲେ ରାପର୍ ବାଦଶାହ ଓ ପଞ୍ଜାବୀ ଅଭିନେତ୍ରୀ ଇଶା ରିଖୀ
- ସରକାରୀ ଯୋଜନାର ତଦାରଖ ପାଇଁ ଜିଲ୍ଲା ଗସ୍ତ କରିବେ ସଚିବ: ଅକ୍ଟୋବର ସୁଦ୍ଧା ରିପୋର୍ଟ ଦେବାକୁ ଉନ୍ନୟନ କମିଶନରଙ୍କ ନିର୍ଦ୍ଦେଶ
- ରାଜ୍ୟ ପୋଲିସ ବିଭାଗରେ ବଡ଼ ଧରଣର ପଦୋନ୍ନତି: ଏସ୍ପି ପାହ୍ୟାକୁ ଉନ୍ନୀତ ହେଲେ ୧୫ ଜଣ ଅତିରିକ୍ତ ଏସ୍ପି
- ଦୁଲୀପ ଟ୍ରଫି: ଫାଇନାଲରେ ଇଷ୍ଟ ଜୋନ, ଅଧିନାୟକ ଭାବେ ଈଶାନ ଏବେ ବି ଅପରାଜେୟ
- ସମୟର ରହସ୍ୟ: କାହିଁକି ଭାରତ ଓ ଚୀନ୍ରେ ଗୋଟିଏ ଟାଇମ୍ ଜୋନ୍ ଥିବାବେଳେ ଫ୍ରାନ୍ସରେ ଅଛି ଏକାଧିକ?

Comments are closed.