Latest Odisha News

BREAKING NEWS

ଭୁବନେଶ୍ୱରରେ ୨୪ ହଜାର ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୧୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।

ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୮୪ ଜଣ କ୍ୱାରେଣ୍ଟାଇନ୍ ଏବଂ ୨୩୦ଟି ସ୍ଥାନୀୟ ମାମଲା ରହିଛି । ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ।

ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୫୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୪ ହଜାର ୨୨୮ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୩୫୩୧ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୦,୫୭୧ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୦୫ ଜଣଙ୍କର ମୃତ୍ୟୁ ଘଟିଛି।

ଅଧିକ ପଢନ୍ତୁ- ଦିନକରେ ରାଜ୍ୟରେ ସର୍ବାଧିକ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ

Leave A Reply

Your email address will not be published.