Latest Odisha News

ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ କାଲି ଶପଥ ନେବେ ଭୂପେନ୍ଦ୍ର ପଟେଲ

ଅହମ୍ମଦାବାଦ : ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆସନ୍ତାକାଲି ଶପଥ ନେବେ ଭୂପେନ୍ଦ୍ର ପଟେଲ୍ । କାଲି ଅପରାହ୍ନରେ ବିଦ୍ଧିବଦ୍ଧ ଭାବେ ଶପଥ ନେବେ । ନୂଆ ମୁଖ୍ୟମନ୍ତ୍ରୀ ଭାବେ ଦଳ ମୋହର ମାରିବା ପରେ ଭୂପେନ୍ଦ୍ର ପଟେଲ୍ ରାଜ୍ୟପାଳଙ୍କୁ ସାକ୍ଷାତ କରିଛନ୍ତି । ସେ ରାଜ୍ୟପାଳଙ୍କୁ ଭେଟି ରାଜ୍ୟରେ ସରକାର ଗଠନ ପାଇଁ ଦାବିପତ୍ର ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଏହାର ଦୁଇ ଦିନ ପରେ କ୍ୟାବିନେଟ୍ ମନ୍ତ୍ରିମଣ୍ଡଳ ଶପଥ ନେବ ।

ମୁଖ୍ୟମନ୍ତ୍ରୀ ଭାବେ ତାଙ୍କୁ ଚୟନ କରାଯାଇଥିବାରୁ ସେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେହିପରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୂପେନ୍ଦ୍ର ପଟେଳଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଗତକାଲି ମୁଖ୍ୟମନ୍ତ୍ରୀ ପଦରୁ ବିଜୟ ରୂପାଣୀ ଇସ୍ତଫା ଦେବା ପରେ ଆଜି ବିଜେପିର ବିଧାୟକ ଦଳ ବୈଠକ ବସିଥିଲା । କାହାକୁ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ଦିଆଯିବ, ସେନେଇ ଆଲୋଚନା ହୋଇଥିଲା । ଶେଷରେ ଭୂପେନ୍ଦ୍ର ପଟେଲଙ୍କ ନାମ ଉପରେ ମୋହର ଲଗାଯାଇଥିଲା । ତାଙ୍କୁ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ କରାଯାଇଛି ।

Comments are closed.