ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନକୁ ନେଇ ଏକ ବଡ଼ଖବର ସାମ୍ନାକୁ ଆସିଛି । ବରିଷ୍ଠ ରାଜନେତା ଦିଲ୍ଲୀପ ରାୟ ହେବେ ରାଜ୍ୟସଭା ପ୍ରାର୍ଥୀ । ସ୍ବାଧୀନ ପ୍ରାର୍ଥୀ ଭାବେ ରାଜ୍ୟସଭା ନିର୍ବାଚନ ଲଢିବେ । ଆସନ୍ତା ୫ତାରିଖରେ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିବେ ବୋଲି ଜଣାପଡିଛି ।
ଏନେଇ ଦିଲୀପ କହିଛନ୍ତି, ମୁଁ ଏନେଇ ରାଜ୍ୟ ଓ କେନ୍ଦ୍ର ନେତୃତ୍ୱଙ୍କ ସହ ଆଲୋଚନା କରିଛି । ତେବେ ଦିଲ୍ଲୀପଙ୍କ ସ୍ବାଧୀନ ପ୍ରାର୍ଥୀତ୍ବକୁ ସମର୍ଥନ କରିବ ବିଜେପି । ଏ ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି । ଦିଲ୍ଲୀପ ରାୟ ନିଶ୍ଚୟ ଜିତିବେ ବୋଲି ମନମୋହନ କହିଛନ୍ତି ।
ଏହାପୂର୍ବରୁ ବିଜୁ ଜନତା ଦଳ ସଂତୃପ୍ତ ମିଶ୍ର ଏବଂ ଡ. ଦତ୍ତେଶ୍ୱର ହୋତାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିସାରିଛି । ୪ର୍ଥ ପ୍ରାର୍ଥୀ ଭାବେ ଉଭା ହୋଇଥିବା ଡ, ଦତ୍ତେଶ୍ୱର ହୋତାଙ୍କୁ କଂଗ୍ରେସ ପକ୍ଷରୁ ସମର୍ଥନ ଦିଆଯାଇଛି । କୁହାଯାଉଛି ଯେ ଦତ୍ତେଶ୍ୱରଙ୍କ ସହ ଦିଲୀପଙ୍କ ହୋଇପାରେ ଜୋରଦାର ଲଢେଇ। ରାଜ୍ୟ ସଭାର ୪ର୍ଥ ଆସନରେ ହୋଇପାରେ ରୋଚକ ଲଢେଇ ।
ସୂଚନାଯୋଗ୍ୟ ଯେ, ଓଡ଼ିଶା କୋଟାରୁ ରାଜ୍ୟସଭାରେ ୪ଟି ଆସନ ଖାଲି ହୋଇଛି । ରାଜ୍ୟସଭା ନିର୍ବାଚନ ଲାଗି ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି । ଯେଉଁଥିରେ ମାର୍ଚ୍ଚ ୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ, ୬ ତାରିଖରେ ପ୍ରାର୍ଥୀ ପତ୍ର ଯାଞ୍ଚ। । ମାର୍ଚ୍ଚ ୯ ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ । ମାର୍ଚ୍ଚ ୧୬ ତାରିଖ ସକାଳ ୯ଟାରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ, ଅପରାହ୍ଣରେ ଭୋଟ୍ ଗଣତି ।