Latest Odisha News

BREAKING NEWS

ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପଡେଟ, ତ୍ରୁଟି ଥିଲେ ଯିବ ଫୋନ୍ କଲ୍…

ଭୁବନେଶ୍ୱର: ସୁଭଦ୍ରାକୁ ନେଇ ଆସିଲା ବଡ଼ ଖବର। ଆସନ୍ତା ରକ୍ଷାବନ୍ଧନରେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ମିଳିବ। ଏନେଇ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆସନ୍ତା ୯ ତାରିଖରେ ଓଡ଼ିଶାର ମହିଳା ପାଇବେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି। ଯେଉଁମାନେ ଦ୍ୱିତୀୟ କିସ୍ତି ପାଇନାହାଁନ୍ତି ତାଙ୍କ ଉପରେ ରିଭ୍ୟୁ କରାଯିବ। ଆସନ୍ତା ୨ ଦିନ ମଧ୍ୟରେ ସମ୍ପୂର୍ଣ୍ଣ ହିତାଧିକାରୀଙ୍କ ତାଲିକାକୁ ରିଭ୍ୟୁ କରାଯିବ।

ଖୁବ ଶୀଘ୍ର ଯୋଗ୍ୟ ହିତାଧିକାରୀ ସୁଭଦ୍ରା ଯୋଜନାର ସମସ୍ତ କିସ୍ତି ପାଇବେ। ପ୍ରକାଶଯୋଗ୍ୟ, ପୂର୍ବରୁ ସରକାର କହିଥିଲେ ଯେଉଁମାନେ ଯୋଗ୍ୟ କିନ୍ତୁ ଏଯାଏଁ ପାଇ ନାହାଁନ୍ତି ସୁଭଦ୍ରା ଯୋଜନା ସେମାନଙ୍କ ଦ୍ୱନ୍ଦ୍ୱ ଦୂର କଲେ ଉପ-ମୁଖ୍ୟମନ୍ତ୍ରୀ। ଆବେଦନରେ ତ୍ରୁଟି ଥିଲେ ଯିବ ଫୋନ୍ କଲ୍। ଯେଉଁମାନଙ୍କର କିଛି କମି ରହିଛି ସେମାନଙ୍କୁ ଫୋନ ଯିବ। ବ୍ଲକ ସ୍ତରରେ ଯାଞ୍ଚ ହେବ ସୁଭଦ୍ରା ଫର୍ମ। ଅଙ୍ଗନବାଡି କର୍ମୀମାନେ ପୁଣି ଘରକୁ ଘର ଯିବେ। ସମସ୍ତଙ୍କୁ ସୁଭଦ୍ରା ଟଙ୍କା ଦିଆଯିବ। ସୁଭଦ୍ରା ଶେଷ ହିତାଧିକାରୀ ନପାଇବା ଯାଏଁ ଦିଆଯିବ ଟଙ୍କା। ସମସ୍ତଙ୍କ ପାଖେ ସୁଭଦ୍ରା ପହଂଚିବ ।

ଅନ୍ୟପଟେ ରାଜ୍ୟରେ ଆରମ୍ଭ ହୋଇଛି ସୁଭଦ୍ରା ସମୀକ୍ଷା କାର୍ଯ୍ୟକ୍ରମ। ରାଜ୍ୟରେ ଅଙ୍ଗନବାଡ଼ି ଦିଦି, ଏସଏଚଜି ମହିଳା ଓ ଉଚ୍ଚ ଶିକ୍ଷା ବିଭାଗର ଛାତ୍ରଛାତ୍ରୀ ସୁଭଦ୍ରା ଯୋଜନାର ସମୀକ୍ଷା କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି । ଆଇଆଇଏମ ସମ୍ବଲପୁରର ମଡେଲ ସହ ଉଚ୍ଚଶିକ୍ଷା ବିଭାଗର ଛାତ୍ରଛାତ୍ରୀଙ୍କ ସହଯୋଗରେ ମହିଳା ଶିଶୁ ବିକାଶର ମିଳିତ ଉଦ୍ୟମରେ ରାଜ୍ୟବ୍ୟାପୀ ଏହି ସୁଭଦ୍ରା ସମୀକ୍ଷା କରାଯିବ।

ରାଜ୍ୟରେ ୨୦୦ରୁ ଅଧିକ ଅଙ୍ଗନବାଡ଼ି କେନ୍ଦ୍ରର ମଧ୍ୟ ଏହି କାର୍ଯ୍ୟକ୍ରମ ଜରିଆରେ ସମୀକ୍ଷା କରାଯିବ। ଏକ ସ୍ୱତନ୍ତ୍ର ଆପ୍ ମାଧ୍ୟମରେ ଏହି ସବୁ ସମୀକ୍ଷା ହେବ। ସୁଭଦ୍ରା ଯୋଜନା ଦୁଇଥର ପାଇବା ପରେ ତାହାକୁ ଅନୁଧ୍ୟାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ହିତାଧିକାରୀ କିପରି ଦୁଇଟି କିସ୍ତିକୁ ଖର୍ଚ୍ଚ କରିଛନ୍ତି ତାହାକୁ ଅନୁଧ୍ୟାନ କରାଯିବ। ଏଥିରେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀର ମେମ୍ବରଙ୍କ ସହ ପିଆରଆଇ ମେମ୍ବର, ଅଙ୍ଗନୱାଡ଼ି ମେମ୍ବର ଓ ହେଲ୍ପରଙ୍କ ସହ ଉଚ୍ଚଶିକ୍ଷା ବିଭାଗର ଛାତ୍ରଛାତ୍ରୀ ଏହି ଦିଗରେ କାର୍ଯ୍ୟ କରିବେ। ଏହି କାର୍ଯ୍ୟକ୍ରମ ୨୨ ହଜାର ମହିଳାଙ୍କୁ ସୁଭଦ୍ରା ସମୀକ୍ଷା କରିବାକୁ ପ୍ରାୟ ୧ ମାସ ସମୟ ଲାଗିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ।

Comments are closed.