Latest Odisha News

ବିଜେପୁର ଉପ ନିର୍ବାଚନ; ଆଜି ନାମାଙ୍କନ ଭରିବେ ତିନି ଦଳର ପ୍ରାର୍ଥୀ

ବିଜେପୁର: ବିଜେପୁର ଉପନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲର ଶେଷ ଦିନ । ତେଣୁ ବିରାଟ ପାଟ ପଟୁଆରରେ ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ କରିବେ ୩ ପ୍ରମୁଖ ଦଳର ପ୍ରାର୍ଥୀ । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ବନ୍ଦୋବସ୍ତ କରାଯାଇଥିବା ସୂଚନା ମିଳିଛି ।

ସୂଚନାଯୋଗ୍ୟ, ବିଜେପୁର ଲଢେଇ ପାଇଁ ବିଜେଡିରୁ ପୂର୍ବତନ ବିଧାୟିକା ରୀତା ସାହୁ, କଂଗ୍ରେସରୁ ଦିଲ୍ଲୀପ ପଣ୍ଡା ଏବଂ ବିଜେପିରୁ ସନତ ଗଡ଼ତିଆ ନିଜ ନିଜ ଦଳର ମଙ୍ଗ ସମ୍ଭାଳିଛନ୍ତି ।

ଗତ ସାଧାରଣ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଜେପୁରରୁ ବିପୁଳ ସମର୍ଥନରେ ବିଜୟୀ ହୋଇଥିଲେ ।

ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ଆସନ ଛାଡିବାରୁ ଏବେ ପୁଣି ଥରେ ସେଠାରେ ନିର୍ବାଚନ ହେବାକୁ ଯାଉଛି ।

ବିଜେପି ପ୍ରାର୍ଥୀ ସନତ ଗଡ଼ତିଆ ପୂର୍ବଥର ନବୀନଙ୍କ ବିରୋଧରେ ଲଢ଼ି ଦ୍ବିତୀୟ ସ୍ଥାନରେ ରହିଥିଲେ ।

ଗତ ଦେଢ଼ ବର୍ଷ ଭିତରେ ବିଜେପୁରରେ ୩ ଥର ନିର୍ବାଚନ ହୋଇସାରିଥିବା ବେଳେ । ଏଥର ବାଜିମାତ୍ କିଏ କରିବ ତାହା ବିଜେପୁର ଭୋଟରଙ୍କ ଉପରେ ନିର୍ଭର କରୁଛି ।

Leave A Reply

Your email address will not be published.