Latest Odisha News

BREAKING NEWS

ମିଛ ତଥ୍ୟ ଦେଇ ଚାକିରିରୁ ବିଦା ହେଲେ ସହକାରୀ ଯନ୍ତ୍ରୀ

ବିଜେପୁର: ମିଛ ସାକ୍ଷୀ ଦେବା ପଡ଼ିଲା ମହଙ୍ଗା । ଚାକିରିରୁ ବିଦା ହେଲେ ବିଜେପୁର RWSS ସହକାରୀ ଯନ୍ତ୍ରୀ ଉପେନ୍ଦ୍ରଭଞ୍ଜ ନାଏକ । ସମ୍ବଲପୁରର ଏକ ଭିଜିଲାନ୍ସ ମାମଲାର ବିଚାର ସମୟରେ ମିଛ ସାକ୍ଷୀ ଦେବାକୁ ନେଇ ବରଗଡ ବିଜେପୁର RWSS ସହକାରୀ ଯନ୍ତ୍ରୀ ଉପେନ୍ଦ୍ର ଭଞ୍ଜ ନାଏକଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି ସରକାର ।

ସୂଚନା ଅନୁସାରେ, ଗତ ୨୦୧୧ ମସିହାରେ ଉପେନ୍ଦ୍ର ବରଗଡ଼ ସୋହେଲାରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଥିଲେ । ଉକ୍ତ ସମୟରେ ବରଗଡ଼ ୱେଷ୍ଟ ଇଲେକ୍ଟ୍ରିକାଲ ଡିଭିଜନର ବରିଷ୍ଠ କିରାଣୀ ଆନନ୍ଦ ସରାଫଙ୍କ ଟ୍ରାପ କେସରେ ସେ ସରକାରୀ ସାକ୍ଷୀ ଭାବେ ଉପସ୍ଥିତ ଥିଲେ । ସମସ୍ତ ଘଟଣା ତାଙ୍କ ସମ୍ମୁଖରେ ହୋଇଥିଲା । ତେବେ ମାମଲାର ବିଚାର ସମୟରେ ସେ ନିଜ ବୟାନ ବଦଳାଇ ଅଭିଯୁକ୍ତକୁ ଖସାଇ ଦେଇଥିଲେ ବୋଲି ଭିଜିଲାନ୍ସ ଅଭିଯୋଗ କରିଥିଲା । ଏହା ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ବିଭାଗକୁ ସୁପାରିସ କରିଥିଲା ଭିଜିଲାନ୍ସ । ଭିଜିଲାନ୍ସ ପକ୍ଷରୁ ଅନୁରୋଧ ପରେ ଉପେନ୍ଦ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି । ଉପେନ୍ଦ୍ରଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଅନୁଯାୟୀ ତାଙ୍କୁ ସରକାର ଚାକିରିରୁ ବହିଷ୍କାର କରିଥିବା ନେଇ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆ ଯାଇଛି ।

Leave A Reply

Your email address will not be published.