ପୁରୀ: ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସକୁ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ପୁରୀ ଜିଲ୍ଲା ବିଜୁ ଯୁବ ଜନତା ଦଳ ପକ୍ଷରୁ ପାଳନ କରାଯାଇଛି। ବିଜେଡ଼ି ରାଜ୍ୟ ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନେତୃତ୍ବରେ ପ୍ରଥମେ ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ଦୀପଦାନ କରାଯାଇଥିଲା। ମହାପ୍ରଭୁଙ୍କ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କରାଯାଇଥିଲା।
ପୁରୀକୁ ବିଶ୍ବ ଐତିହ୍ୟ ନଗରୀ ଭାବେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଯେଉଁ ସ୍ବପ୍ନ ଦେଖିଛନ୍ତି ମହାପ୍ରଭୁ ତାହା ଖୁବଶୀଘ୍ର ପୂରଣ କରନ୍ତୁ ବୋଲି ନେତା ଓ କର୍ମୀମାନେ ପ୍ରାର୍ଥନା କରିଛନ୍ତି। ତେବେ ଦୀପଦାନ ପରେ ଗୋପବନ୍ଧୁ ଆୟୁର୍ବେଦ କଲେଜରେ ବୃକ୍ଷ ରୋପଣ ସହ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିରରେ ଆୟୋଜନ କରାଯାଇଥିଲା। ରାଜ୍ୟ ସରକାରଙ୍କ ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ ଅନୁପ୍ରାଣିତ ହୋଇ ଯୁବ ଗୋଷ୍ଠୀଙ୍କ ସହ ବିଭିନ୍ନ ବର୍ଗର ଲୋକେ ସ୍ଵେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ। ଏହି ଶିବିରରେ ପ୍ରାୟ ୨୦୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି ।
Comments are closed.