Latest Odisha News

BREAKING NEWS

ବାଇକ୍-ପିକଅପ୍ ଭ୍ୟାନ ମୁହାଁମୁହିଁ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର

ଭଦ୍ରକ: ବାଇକ ଓ ପିକଅପ ଭ୍ୟାନ ମଧ୍ୟରେ ମୁଁହାମୁହିଁ ଧକ୍କା। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ରାନ୍ଦିଆ ଓଭରବ୍ରିଜ ନିକଟରେ ଏହି ଦୁର୍ଘଟଣା ଘଟିଛି ।

BjdElectrycity

ପିକ୍‌ଅପ୍‌ ଭ୍ୟାନ୍‌ ଡ୍ରାଇଭରକୁ ଧରି ସ୍ଥାନୀୟ ଲୋକ ପୋଲିସ ଜିମା ଦେଇଛନ୍ତି । ବାଇକରେ ୨ଜଣ କୋରଣ୍ଟ ଗାଁକୁ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ପିକ୍ଅପ୍‌ ଭ୍ୟାନ୍‌ ସହ ଧକ୍କା ଦେଇଥିଲା । ଦୁର୍ଘଟଣାରେ ଦୁଇ ବାଇକ ଆରୋହୀ ଗୁରୁତର ହୋଇଥିଲେ । ଜଣଙ୍କର ଭଦ୍ରକ ଜିଲ୍ଲା ହସ୍ପିଟାଲରେ ମୃତ୍ୟୁ ହୋଇିବା ବେଳେ ଅନ୍ୟ ଜଣେ ଚିକିତ୍ସାଧୀନ ଅଛନ୍ତି ।

Leave A Reply

Your email address will not be published.