Latest Odisha News

BREAKING NEWS

ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ବିନୋଦ କାନୁନ୍‌ଗୋ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଜ୍ଞାନତପସ୍ୱୀ ପଦ୍ମଶ୍ରୀ ବିନୋଦ କାନୁନ୍‌ଗୋଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଭୁନେଶ୍ୱର ସଂସ୍କୃତି ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଯାଇଛି ।

ଏକାଡେମୀର ସଭାପତି ହୃଷୀକେଶ ମଲ୍ଲିକଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ଉତ୍ସବରେ ବିଶିଷ୍ଟ କବି ଓ ସମାଲୋଚକ ଭଗବାନ ଜୟସିଂହ ମୁଖ୍ୟଅତିଥି, ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀ ସଦସ୍ୟ ବିବେକାନନ୍ଦ ପାଣିଗ୍ରାହୀ ସମ୍ମାନନୀୟ ଅତିଥି ଭାବରେ ଯୋଗ ଦେଇ ଜ୍ଞାନତପସ୍ୱୀ ବିନୋଦ କାନୁନ୍‌ଗୋଙ୍କ ବହୁମୁଖୀ ପ୍ରତିଭା ସମ୍ପର୍କରେ ଆଲୋଚନା କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଏକାଡେମୀର ସଚିବ ପ୍ରବୋଧ କୁମାର ରାଉତ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ ଏବଂ ଏକାଡେମୀର ଉପବିଭାଗ ଅଧିକାରୀ ସଞ୍ଜୟ କୁମାର ଛୁଆଳସିଂହ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ସଭାରେ ବହୁ ବିନୋଦପ୍ରେମୀ ଜ୍ଞାନୀ ଗୁଣୀ ସାହିତ୍ୟିକ ଉପସ୍ଥିତ ଥିଲେ ।

Leave A Reply

Your email address will not be published.