Latest Odisha News

BREAKING NEWS

ଭୀଷଣ ବାତ୍ୟାରେ ପରିଣତ ହେଲା ବାତ୍ୟା ‘ବିପର୍ଯ୍ୟୟ’

ଭୁବନେଶ୍ୱର: ଆରବସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବିପର୍ଯ୍ୟୟ’ଭୀଷଣ ବାତ୍ୟାରେ ପରିଣତ ହୋଇଛି । ବିଗତ ୬ ଘଣ୍ଟା ହେଲା ବାତ୍ୟା ଘଣ୍ଟା ପ୍ରତି ୨ କିଲୋମିଟର ବେଗରେ ଗତି କରୁଛି । ବାତ୍ୟା ‘ବିପର୍ଯ୍ୟୟ’ଏବେ ଗୋଆ ଠାରୁ ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗରେ ୮୯୦ କିଲୋମିଟର ଦୂରରେ ରହିଥିବା ବେଳେ ମୁମ୍ବାଇ ଠାରୁ ଦକ୍ଷିଣ-ପଶ୍ଚିମରେ ୧୦୦୦ କିଲୋମିଟର ଦୂରରେ ରହିଛି ।

ପରବର୍ତ୍ତୀ ୨୪ ଘଣ୍ଟାରେ ବାତ୍ୟା ଆହୁରି ଅଧିକ ଘନୀଭୂତ ହୋଇ ଅତି ଭୀଷଣ ସାମୁଦ୍ରିକ ଝଡ଼ର ରୂପ ନେବ । ଏହା ପରେ ବାତ୍ୟା ‘ବିପର୍ଯ୍ୟୟ’ପରବର୍ତ୍ତୀ ୩ ଦିନ ଯାଏ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ପ୍ରଭାବରେ କେରଳ, କର୍ଣ୍ଣାଟକ, ଗୋଆ, ମହାରାଷ୍ଟ୍ର ଉପକୂଳ ଅଞ୍ଚଳରେ ପବନ ହେବ ।

ଆରବ ସାଗର ଅଶାନ୍ତ ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଥିବା ବେଳେ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ୧୨ ତାରିଖ ଯାଏ କେନ୍ଦ୍ରୀୟ ଓ ଉତ୍ତର ଆରବ ସାଗରକୁ ମତ୍ସ୍ୟଜୀବୀଙ୍କୁ ଯିବା ଲାଗି ମନା କରିଛି ପାଣିପାଗ ବିଭାଗ ।

ଅନ୍ୟପଟେ ମୌସୁମୀ ପାଇଁ ପାଗ ଅନୁକୂଳ ରହିଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।

ପାଣିପାଗ ବିଭାଗର ସୂଚନା ଅନୁସାରେ, କେରଳ ଉପକୂଳରେ ମେଘ ସମୂହର ଘନତ୍ୱ ବୃଦ୍ଧି ପାଇଛି । ପଶ୍ଚିମ ବାୟୁର ସକ୍ରିୟତା ତଥା ବାୟୁ ମଣ୍ଡଳର ମଧ୍ୟ ଭାଗ ଯାଏ ବ୍ୟାପ୍ତି ସୂଚାଉଛି ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ  ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି ।

Leave A Reply

Your email address will not be published.